ଲଘୁଚାପ ଯୋଗୁଁ ଓଡ଼ିଶାର ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ୨୦୨୪ ମସିହାର ଶେଷ ସୂର୍ଯ୍ୟୋଦୟ ଦେଖିବାକୁ ମିଳିନଥିବା ବେଳେ ଆସନ୍ତା ଦୁଇ ଦିନ ମଧ୍ୟରେ ସାରା ରାଜ୍ୟରେ ରାତିର ତାପମାତ୍ରା ଆହୁରି ହ୍ରାସ ପାଇବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ଆସନ୍ତା ୨ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରା ୨ରୁ ୪ ଡିଗ୍ରୀ ସେଲସିୟସ ହ୍ରାସ ପାଇବ ଏବଂ ଏହା ପରେ କୌଣସି ବଡ଼ ପରିବର୍ତ୍ତନ ହେବ ନାହିଁ ବୋଲି ମଧ୍ୟାହ୍ନ ବୁଲେଟିନ୍ ରେ କୁହାଯାଇଛି।
ବୁଧବାର ସକାଳ ପର୍ଯ୍ୟନ୍ତ କନ୍ଧମାଳ, ଅନୁଗୁଳ ଓ କୋରାପୁଟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘନ କୁହୁଡ଼ି ହେବ ବୋଲି ପାଣିପାଗ ବିଭାଗ ସତର୍କ କରାଇଦେଇଛି। କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର ଓ ନୟାଗଡ଼ର ଗୋଟିଏ ଦୁଇଟି ସ୍ଥାନରେ ଘନ କୁହୁଡ଼ି ହୋଇପାରେ।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର ଓ ନୟାଗଡ଼ ଜିଲ୍ଲାରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି।