Uttam Mohanty: ଉତ୍ତମଙ୍କ ପରଲୋକ ଖବର ଶୁଣି ଦୁଃଖ ପ୍ରକାଶ କଲେ ମୋହନ ଓ ବୈଜୟନ୍ତ
ଓଡ଼ିଆ ଚଳଚ୍ଚିତ୍ର ଜଗତର ବର୍ଷିଆନ ଅଭିନେତା ଉତ୍ତମ ମହାନ୍ତି ଆଉ ନାହାନ୍ତି । ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସମେତ ବରିଷ୍ଠ ରାଜନେତା, ଓଡ଼ିଆ ଚଳଚ୍ଚିତ୍ରର ଅଭିନେତା, ପ୍ରଯୋଜକ, ନିର୍ଦ୍ଦେଶକ, କଣ୍ଠଶିଳ୍ପୀ, କଳାକାର, ଦର୍ଶକ ଓ ପ୍ରଶଂସକ ଦୁଃଖ ଓ ଶୋକ ପ୍ରକାଶ କରିଛନ୍ତି। ଲୋକପ୍ରିୟ ଅଭିନେତାଙ୍କ ଆତ୍ମାକୁ ଶାନ୍ତି ମିଳୁ ବୋଲି ପ୍ରାର୍ଥନା କରିଛନ୍ତି। ସେହିପରି ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇଛନ୍ତି।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକବାର୍ତ୍ତାରେ କହିଛନ୍ତି, ଓଡ଼ିଶାର ପ୍ରସିଦ୍ଧ ଅଭିନେତା ଉତ୍ତମ ମହାନ୍ତିଙ୍କ ବିୟୋଗ ଓଡ଼ିଆ କଳା ଜଗତରେ ଏକ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି କରିଛି । ଓଡ଼ିଆ କଳା ଜଗତରେ ସେ ଛାଡିଯାଇଥିବା ଅଭିନୟର ଛାପ ତାଙ୍କୁ ସର୍ବଦା ଦର୍ଶକଙ୍କ ହୃଦୟରେ ଅମର କରି ରଖିବ । ତାଙ୍କ ଅମର ଆତ୍ମାର ସଦ୍ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରକୁ ଗଭୀର ସମବେଦନା ଜଣାଇଛନ୍ତି ।
ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଗଭୀର ଶୋକବ୍ୟକ୍ତ କରି କହିଛନ୍ତି, ଉତ୍ତମ ମହାନ୍ତିଙ୍କ ବିୟୋଗ ଖବର ଶୁଣି ସେ ଖୁବ୍ ମର୍ମାହତ । ତାଙ୍କ ବିୟୋଗ ଓଡ଼ିଆ ଚଳଚ୍ଚିତ୍ର ଜଗତରେ ଏକ ଯୁଗର ଅନ୍ତ । ଓଡ଼ିଆ ଚଳଚ୍ଚିତ୍ର ଜଗତ ପ୍ରତି ତାଙ୍କ ଅତୁଳନୀୟ ଅବଦାନ ପାଇଁ ସେ ଚିର ସ୍ମରଣୀୟ ହୋଇ ରହିବେ । ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି ବୈଜୟନ୍ତ ପଣ୍ଡା ।
କେନ୍ଦ୍ରମନ୍ତ୍ରୀ ବୈଜୟନ୍ତ ପଣ୍ଡା ଟ୍ୱିଟ୍ କରିଛନ୍ତି, ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତି କେବଳ କଳାକାର ନୁହେଁ ବରଂ ମୋର ପରିବାରର ଜଣେ ସଦସ୍ୟ ପରି ଥିଲେ । ଲମ୍ବା ସମୟ ଧରି ଓଡ଼ିଆ ଚଳଚ୍ଚିତ୍ର ଜଗତକୁ ପରିପୁଷ୍ଟ କରିବାରେ ତାଙ୍କର ଯୋଗଦାନ ଥିଲା ଅତୁଳନୀୟ । ରାମାୟଣ, ଫୁଲଚନ୍ଦନ, ସୀତା ପରି ଝିଅଟିଏ ଆଦି ସୁପରହିଟ୍ ଚଳଚ୍ଚିତ୍ର ତାଙ୍କର ଅନନ୍ୟ କୃତି । ଓଡ଼ିଆ ଜନମାନସରେ ନିଖୁଣ ଓ ଜୀବନ୍ତ ଅଭିନୟ ତାଙ୍କୁ ଘରେ ଘରେ ଲୋକପ୍ରିୟ କରାଇଥିଲା। ତାଙ୍କ ବିୟୋଗରେ ଓଡ଼ିଶାର କଳା ଜଗତରେ ଏକ ଶୂନ୍ୟସ୍ଥାନ ତିଆରି ହୋଇଛି । ଓଡ଼ିଶା ଜଣେ ଯୋଗଜନ୍ମାଙ୍କୁ ହରାଇଲା । ସେ ଦୀର୍ଘ ଦିନ ପାଇଁ ଓଡ଼ିଆଙ୍କ ମନରେ ରାଜ କରିବେ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ।
ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ପ୍ରଭାତୀ ପରିଡା, ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ପ୍ରମୁଖ ମଧ୍ୟ ଟ୍ୱିଟ କରି ଗଭୀର ଶୋକ ପ୍ରକାଶ କରିଛନ୍ତି । ଉତ୍ତମ ମହାନ୍ତିଙ୍କ ଦେହାନ୍ତରେ ଓଡ଼ିଆ ସିନେ ଜଗତରେ ଏକ ଅପୂରଣୀୟ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି ବୋଲି କହିଛନ୍ତି ଏବଂ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକ ସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ।
ଓଡ଼ିଆ ସିନେ ଜଗତର ଅଦ୍ଵିତୀୟ ନାୟକ ଉତ୍ତମ ମହାନ୍ତିଙ୍କ ଦେହାନ୍ତ ଖବର ସମଗ୍ର ଓଡ଼ିଶା ପାଇଁ ଶୋକ ଆଣିଦେଇଛି। ତାଙ୍କ ନିଖୁଣ ଅଭିନୟଦ୍ୱାରା ଦଶନ୍ଧି ଦଶନ୍ଧି ଧରି ସେ ଓଡ଼ିଆ ସିନେପ୍ରେମୀଙ୍କ ହୃଦୟକୁ ଛୁଇଁଥିଲେ। ଓଡ଼ିଶା ଓ ଓଡ଼ିଆ କଳାକ୍ଷେତ୍ର ପାଇଁ ତାଙ୍କ ଅବଦାନକୁ ଏ ମାଟି ସର୍ବଦା ମନେ ପକାଉଥିବ। ଏହି ଦୁଃଖଦ ସମୟରେ ତାଙ୍କ ପବିବାରଜନଙ୍କୁ ସମବେଦନା ଜଣାଇବା ସହିତ ଅମର ଆତ୍ମାର ସଦଗତି ନିମନ୍ତେ ମହାପ୍ରଭୁଙ୍କୁ ପ୍ରାର୍ଥନା କରୁଛି ବୋଲି କହିଛନ୍ତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ।
ବର୍ଷିଆନ ଅଭିନେତା ଉତ୍ତମ ମହାନ୍ତିଙ୍କ ଦେହାନ୍ତ ଖବର ମୋତେ ଅତ୍ୟନ୍ତ ବ୍ୟଥିତ କରିଛି । ତାଙ୍କ ଦେହାନ୍ତରେ ଓଡ଼ିଆ ସିନେ ଜଗତରେ ଏକ ଅପୂରଣୀୟ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି । ମହାପ୍ରଭୁଙ୍କ ନିକଟରେ ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଉଛି ବୋଲି କହିଛନ୍ତି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।
ଓଡ଼ିଆ ଚଳଚ୍ଚିତ୍ର ଜଗତର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତିଙ୍କ ବିୟୋଗ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଉଛିI ତାଙ୍କ ବିୟୋଗରେ ଓଡ଼ିଶା ସିନେ ଜଗତରେ ଏକ ସୁବର୍ଣ୍ଣ ଯୁଗର ସୂର୍ଯ୍ୟାସ୍ତ ହେଲା ବୋଲି କହିଛନ୍ତି ମନ୍ତ୍ରୀ ରବି ନାୟକ।
ଓଡ଼ିଆ ସିନେ ଜଗତର ଅଦ୍ଵିତୀୟ ନାୟକ ଉତ୍ତମ ମହାନ୍ତିଙ୍କ ଦେହାନ୍ତ ଖବର ସମଗ୍ର ଓଡ଼ିଶା ପାଇଁ ଶୋକ ଆଣିଦେଇଛି। ଏହି ଦୁଃଖଦ ସମୟରେ ତାଙ୍କ ପବିବାରଜନଙ୍କୁ ଭଗବାନ ଶକ୍ତି ଦିଅନ୍ତୁ! ଅମର ଆତ୍ମାର ସଦଗତି ନିମନ୍ତେ ମହାପ୍ରଭୁଙ୍କୁ ପ୍ରାର୍ଥନା କରୁଛି ବୋଲି କହିଛନ୍ତି ବାଚସ୍ପତି ସୁରମା ପାଢୀ। ଓଡ଼ିଆ ସିନେ ଜଗତର ଅପ୍ରତିଦ୍ୱନ୍ଦ୍ୱୀ ନାୟକ ଉତ୍ତମ ମହାନ୍ତିଙ୍କ ବିୟୋଗ ଓଡ଼ିଆ ଚଳଚିତ୍ର ଜଗତ ପାଇଁ ଅପୂରଣୀୟ କ୍ଷତି l ଏକ ଶୋକ ବାର୍ତ୍ତାରେ ବାଚସ୍ପତି ସୁରମା ପାଢ଼ୀ କହିଛନ୍ତିଯେ ସ୍ୱର୍ଗତ ମହାନ୍ତି ଖୁବ ଲୋକପ୍ରିୟ ନାୟକ ଥିଲେ, ଅଭିନୟ କ୍ଷେତ୍ରରେ ଏକ ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରି ଯାଇଛନ୍ତି l ଓଡ଼ିଆ ସହ ଅନେକ ବଙ୍ଗାଳୀ ଓ ଏପରିକି ହିନ୍ଦୀ ଚଳଚିତ୍ରରେ ଅଭିନୟ କରି ନିଜର କଲାତ୍ମକ ଦକ୍ଷତାର ପରିଚୟ ଦେଇଛନ୍ତି l ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହ ବାଚସ୍ପତି ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପାଇଁ ସମବେଦନା ପ୍ରକାଶ କରିଛନ୍ତି l
ଓଡ଼ିଆ ଚଳଚିତ୍ର ଜଗତକୁ ଉତ୍ତମ ମହାନ୍ତିଙ୍କ ଅବଦାନ ତାଙ୍କୁ ସବୁଦିନ ପାଇଁ ମନେରଖିବ l ଅନେକ ଚଳଚ୍ଚିତ୍ରରେ ନିଖୁଣ ଅଭିନୟ କରି ଦର୍ଶକଙ୍କ ମନ ଜିଣି ପାରିଥିବା ଏହି ବିଶିଷ୍ଟ ଅଭିନେତାଙ୍କ ବିୟୋଗ ନିଶ୍ଚିତ ଭାବେ ଅତ୍ୟନ୍ତ ଦୁଃଖଦ ଘଟଣା ବୋଲି ରାଜସ୍ୱଓ ବିପର୍ଯୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏକ ଶୋକ ବାର୍ତ୍ତାରେ ଜଣାଇଛନ୍ତି l ଓଡ଼ିଆ ସହ ବଙ୍ଗଳା ଓ ହିନ୍ଦୀ ଚଳଚ୍ଚିତ୍ରରେ ସେ ନିଜସ୍ୱ ଅଭିନୟର ପରାକାଷ୍ଠା ପ୍ରଦର୍ଶନ କରିଛନ୍ତି। ପରଲୋକଗତ ଆତ୍ମା ର ସଦଗତି କାମନା କରିବା ସହ ରାଜସ୍ୱ ଓ ବିପର୍ଯୟ ପରିଚାଳନା ମନ୍ତ୍ରୀ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି l
ଓଡ଼ିଆ ଚଳଚ୍ଚିତ୍ର ଜଗତର ଚିରସବୁଜ ନାୟକ ଥିଲେ ଉତ୍ତମ ମହାନ୍ତି । ‘ଅଭିମାନ’ ଚଳଚ୍ଚିତ୍ରରୁ ଅଭିନୟରେ ପାଦ ଦେଇଥିଲେ । ସେ ୧୩୦ରୁ ଅଧିକ ଓଡ଼ିଆ ଚଳଚ୍ଚିତ୍ରରେ ଅଭିନୟ କରିଛନ୍ତି । ଗତ କିଛି ଦିନ ହେଲା ସେ ଲିଭର ସିରୋସିସ୍ ରୋଗରେ ପୀଡିତ ଥିଲେ । ଗତ ୬ ତାରିଖରେ ସ୍ୱାସ୍ଥ୍ୟାବସ୍ଥା ଅଧିକ ବିଗିଡିବାରୁ ତାଙ୍କୁ ପ୍ରଥମେ କିମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଉନ୍ନତ ଚିକିତ୍ସା ପାଇଁ ୮ ତାରିଖରେ ତାଙ୍କୁ ଦିଲ୍ଲୀ ଗୁରୁଗାଓଁକୁ ଏୟାରଲିଫ୍ଟ କରାଯାଇଥିଲା । ଶେଷରେ ଚିକିତ୍ସାଧୀନ ଅବସ୍ଥାରେ ଦୁନିଆକୁ ଅଲବିଦା କହିଛନ୍ତି ଏହି ମହାନାୟକ । ତାଙ୍କର ବିୟୋଗ ସହ ଓଡ଼ିଆ ଚଳଚ୍ଚିତ୍ର ଜଗତରେ ଏକ ଯୁଗର ଅବସାନ ଘଟାଇଛି ।
previous article:https://purvapaksa.com/uttams-last-rites-to-be-held-at-satyanagar/
