Jagannath Temple: ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ବନକଲାଗି ନୀତି । ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଖାର କରିବେ ଦତ୍ତ ମହାପାତ୍ର ସେବାୟତ । ଏଥିଲାଗି ଶ୍ରୀମନ୍ଦିରରେ ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ବନକଲାଗି ନୀତି ପାଇଁ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୁର, କଇଥଅଠା, କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର କରି ଶ୍ରୀଜୀଉଙ୍କ ଶ୍ରୀମୁଖ ଶୃଙ୍ଖାର କରିବାର ପରମ୍ପରା ରହିଛି ।
ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଯେତିକି ସମୟ ଏହି ନୀତି ଚାଲେ ସେହି ସମୟରେ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରୁହେ।
ALSO READ: https://purvapaksa.com/women-who-tamed-the-tides-meet-the-climate-champions-of-odisha/

