ଆସନ୍ତା ଏପ୍ରିଲ ୨୨ ଓ ୨୩ ତାରିଖରେ ସୁଭଦ୍ରା ଯୋଜନାରେ ନୂତନ ଆବେଦନକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିବ । ସେମାନଙ୍କୁ ପ୍ରଥମ କିସ୍ତିର ଷଷ୍ଠ ପର୍ଯ୍ୟାୟ ଟଙ୍କା ଦିଆଯିବ ବୋଲି ଆଜି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଗଣମାଧ୍ୟମକୁ ସୂଚନା ଦେଇ ସେ କହିଛନ୍ତି ଯେ ଏଇ ରବିବାର ସୁଦ୍ଧା ୧ ଲକ୍ଷ ୭୦ ହଜାର ନୂଆ ଆବେଦନ କରିଛନ୍ତି ।
ଆବେଦନ କରିଥିବା ହିତାଧିକାରୀଙ୍କ ଭିତରୁ ଯେଉଁମାନେ ଯୋଗ୍ୟ ସେମାନେ ସୁଭଦ୍ରା ଟଙ୍କା ପାଇବେ। ଏହା ସହ ସେ କହିଛନ୍ତି ଯେ ସୁଭଦ୍ରାକୁ ସହଜ କରିବା ପାଇଁ ସର୍ଭେ ହେବ । ଦ୍ଵିତୀୟ କିସ୍ତି ପ୍ରଦାନ ସମୟରେ ବାଦ ପଡ଼ିଥିବା ଅଯୋଗ୍ୟ ହିତାଧିକାରୀଙ୍କ ସର୍ଭେ ପରେ ଯୋଗ୍ୟ ହିତାଧିକାରୀଙ୍କୁ ତୃତୀୟ କିସ୍ତି ଦିଆଯିବ ।
ଏହାସହ ତୃତୀୟ କିସ୍ତି ପରେ ଯେଉଁମାନଙ୍କ ବୟସ ୨୧ ବର୍ଷ ହୋଇଯାଇଥିବ ସେମାନଙ୍କ ପାଇଁ ପୁଣି ସୁଭଦ୍ରା ପୋର୍ଟାଲ ଓପନ୍ ହେବ ବୋଲି ଉପ ମୁଖ୍ୟମନ୍ତ୍ରୀ କହିଛନ୍ତି । ସୂଚନାଯୋଗ୍ୟ ଯେ ପୂର୍ବରୁ ମାର୍ଚ୍ଚ ୩୧ ତାରିଖ ଆବେଦନର ଶେଷ ହେବ ବୋଲି କୁହାଯାଇଥିଲା ।
Also readhttps://purvapaksa.com/muna-khan-threatens-sasmit-go-to-the-bjp/