ଶ୍ରୀମନ୍ଦିର ସ୍ୱତ୍ତ୍ୱଲିପିର ୧୦୫ ନମ୍ବର ସେବାରେ ବଢ଼େଇ ମହାରଣାମାନଙ୍କ ସମ୍ପର୍କେ ଉଲ୍ଲେଖ ରହିଛି । ଏମାନଙ୍କ ମଧ୍ୟରେ ସୁତାର, ତଳି ମହାରଣା, ମହାରଣା, ରଥ ଅମିନ ଭାବରେ ରଥ ନିର୍ମାଣରେ ସଂମ୍ପୃକ୍ତ ରହି କାର୍ଯ୍ୟ କରିଥାନ୍ତି। ମହାରଣା ସେବକମାନେ ରଥ ନିର୍ମାଣ, ରଥଟଣା ଇତ୍ୟାଦି କାର୍ଯ୍ୟରେ ନିଯୋଜିତ ରହିଥାନ୍ତି।
ଓଝା ମହାରଣା
ଶ୍ରୀମନ୍ଦିର ସ୍ୱତ୍ତ୍ୱଲିପିର ସେବା ନଂ ୧୦୧ରେ ଓଝା ମହାରଣା ସେବା ବିଷୟ ଉଲେଖ ରହିଛି। ତିନି ରଥ ବାଡ଼ଗ୍ରାହୀ ଭାବେ ଯଥାକ୍ରମେ ଜଗନ୍ନାଥଙ୍କ ରଥ ପାଇଁ ପଥୁରିଆ ସାହିର ଦାଶରଥି ମହାରଣା, ବଳଭଦ୍ରଙ୍କ ରଥ ପାଇଁ ପଥୁରିଆ ସହିର କାଶିନାଥ ମହାରଣା, କୁନିଆ ମହାରଣା ଓ ସୁଭଦ୍ରାଙ୍କ ରଥର ବାଡ଼ଗ୍ରାହୀ ଭାବେ କ୍ଷୀରୋଦ ମହରଣା । ଓଝା ମହାରଣା ସେବା କାର୍ଯ୍ୟ କରୁଥିବା ଜଣାଯାଏ । ରଥ ନିର୍ମାଣ ସମୟରେ ତିନି ରଥରେ ବ୍ୟବହୃତ ହେଉଥିବା ସମସ୍ତ ଲୁହାକଣ୍ଟା, ବଳା,ପନ୍ଦାରି ଯୋଗାଇବା ବ୍ୟତୀତ ରଥଯାତ୍ରା ପୂର୍ବ ଦିନ ରଥ ଖଳାରୁ ସିଂହଦ୍ୱାରକୁ ରଥ ବିଜେ କରିବା ସମୟରେ ରଥ ଉପରେ ଏହି ସେବକ ଚାନ୍ଦୁଆ ବାନ୍ଧିଥାନ୍ତି ।
ଅନ୍ୟାନ୍ୟ ସେବକ
ରଥ ଭୋଇ : ଭୋଇମାନେ ନିଜେ କାମ କରନ୍ତି ଓ ଅନ୍ୟ ମୁଲିଆ ଲଗାଇ କାମ କରାନ୍ତି । ରଥଖଳାର ଛାମୁଣ୍ଡିଆ ତିଆରି କରିବା ଓ ଅନ୍ୟାନ୍ୟ ରଥ କାଠ ବୋହିବା ସଙ୍ଗେ ସଙ୍ଗେ ରଥ ନିର୍ମାଣ ଓ ରଥଟଣାରେ ସକ୍ରିୟ ଅଂଶ କରିଥାନ୍ତି।
ଦରଜୀ ସେବା : ରଥର ମଣ୍ଡଣି ଚାନ୍ଦୁଆ ଇତ୍ର୍ୟାଦି ସିଲାଇ କାର୍ଯ୍ୟ ଦରଜୀ ସେବକମାନେ କରିଥାନ୍ତି।
ରୂପକାର: ରଥ ନିର୍ମାଣରେ ଯେତେ ରୂପ କାର୍ଯ୍ୟ ପଡେ, ଏହି ସେବକ ତାହା କରିଥାନ୍ତି। ଏପରିକି ନବକଳେବର ବର୍ଷମାନଙ୍କରେ ସାରଥୀ, ସଖୀ, ଓଲଟ ଶୁଆ, କଳସ ଓ ପାର୍ଶ୍ୱ ଦେବତା ନିର୍ମାଣ ଏହି ସେବକଙ୍କଦ୍ୱାରା ତିଆରି ହୋଇଥାଏ।
ଚିତ୍ରକାର : ଏହି ସେବକ ରଥବାଡ଼, ପାର୍ଶ୍ୱ ଦେବଦେବୀ, ଓଲଟ ଶୁଆ, କଳସ ଓ ରଥରେ ପରମ୍ପରା ଅନୁଯାୟୀ ଅନ୍ୟାନ୍ୟ ସମସ୍ତ ଚିତ୍ର କାର୍ଯ୍ୟ କରିଥାନ୍ତି।
ତାମରା ବିଶୋଇ : ରଥଯାତ୍ରା ଓ ବାହୁଡ଼ା ଯାତ୍ରା ବିଧି ଅନୁସାରେ ତାମ୍ରପଟା ଇତ୍ୟାଦି ତିଆରି କରି ବାହୁଟ ଓ ସେନାପଟାରେ ତାମରା ଦିଅନ୍ତି।
କରତିଆ: ରଥ ନିର୍ମାଣ ପାଇଁ ତୁମ୍ବ କାଟିବା ଓ ରଥର କାଠ ପଟା କାମ କରିଥାନ୍ତି। ଏ ସେବକ ନିଜେ କରତି କାମ କରନ୍ତି ଓ ଅନ୍ୟ କରତିଆକୁ କାମ କରିବାକୁ ଯୋଗାଇ ଦିଅନ୍ତି।
ALSO READ https://purvapaksa.com/the-glamour-girl-from-emergency-for-being-close-to-sanjay-gandhi/
