ପୁଣି ଆସୁଛି ଦୁଇଟି ଲଘୁଚାପ । ପୂର୍ବ ଓ ପଶ୍ଚିମ ଭାଗରେ ପୁଣି ଲଘୁଚାପ ସମ୍ଭାବନା । ଉଭୟ ବଙ୍ଗୋପସାଗର ଓ ଆରବସାଗରରେ ଲଘୁଚାପ ହେବା ସମ୍ଭାବନା ରହିଛି । ସୌରାଷ୍ଟ୍ର ଏବଂ କଚ୍ଛର ଦକ୍ଷିଣ ଭାଗ ଏବଂ ପାର୍ଶ୍ବବର୍ତ୍ତୀ ଉତ୍ତରପୂର୍ବ ଆରବ ସାଗର ବାୟୁମଣ୍ଡଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି ଯାହାଫଳରେ ଜୁନ୍ ୩୦ ଓ ଜୁଲାଇ ୧ ତାରିଖରେ ଭୀଷଣ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏହାସହ ଆସନ୍ତା ସପ୍ତାହକ ଯାଏଁ ପ୍ରବଳ ବର୍ଷା ହୋଇପାରେ । ଜୁଲାଇ ୩ ତାରିଖ ଯାଏଁ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆଜି ୧୬ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଜୁନ ୩୦ ଓ ଜୁଲାଇ ୧ ତାରିଖରେ ଭୀଷଣ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ଗତକାଲିଠାରୁ ରାଜଧାନୀ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। କେତେକ ସ୍ଥାନରେ ଘଡଘଡି ସହ ବର୍ଷା ହୋଇଛି । ଆଜିଠୁ ବର୍ଷାର ପରିମାଣ ଆହୁରି ବଢିବ ବୋଲି କୁହାଯାଉଛି । ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।
୨୯ ତାରିଖ ରବିବାରରେ ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ କିମ୍ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ୫ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଏହପାରେ ୩୦ ତାରିଖରୁ ବର୍ଷାର ପରିମାଣ ବଢ଼ିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର ଜିଲ୍ଲାରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି 3 ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ମଧ୍ୟରେ ରଖାଯାଇଛି । ସେପଟେ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏସବୁ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।
