ଫକୀରମୋହନ ସେନାପତି କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କୁ ନ୍ୟାୟ ଦେବାକୁ ବିଜେଡି ରଣହୁଙ୍କାର ଦେଇଛି। ଶତାଧିକ କର୍ମୀ ଲୋକସେବା ଭବନ ଘେରାଉ କରିବା ପାଇଁ ଉଦ୍ୟମ କରିଥିବା ବେଳେ ପୋଲିସ ସହିତ ଧସ୍ତାଧସ୍ତି ହୋଇଛି। ଭୁବନେଶ୍ୱରରେ, ମାଷ୍ଟର କ୍ୟାଣ୍ଟିନ୍ ଛକରୁ ରାଜ୍ୟ ସଚିବାଳୟ ଅଭିମୁଖେ ଶହ ଶହ ବିଜେଡି କର୍ମୀ ଶୋଭାଯାତ୍ରାରେ ଯାଇ ବ୍ୟାରିକେଡ୍ ଭାଙ୍ଗି ଆଗକୁ ବଢ଼ି ସମୟରେ ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ପୋଲିସ ଲୁହ ବୁହା ଗ୍ୟାସ୍ ସହ ପାଣି ମାଡ଼ କରିଛି । ପୋଲିସ ସେମାନଙ୍କୁ ଅଟକାଇବାରୁ ସେମାନେ ବ୍ୟାରିକେଡ୍ ଭାଙ୍ଗିବାକୁ ଚେଷ୍ଟା କରିଥିଲେ। ଏହାସହ ଶତାଧିକ କର୍ମୀଙ୍କୁ ପୋଲିସ ଉଠାଇ ନେଇଛି। ଆଜି ଲୋକସେବା ଭବନ ଘେରାଉ ସାଙ୍ଗକୁ ବାଲେଶ୍ୱର ବନ୍ଦ ଡାକରା ଦେଇଛି ମଧ୍ୟ ବିଜେଡି।
#WATCH | Bhubaneswar, Odisha | Police use water cannon to disperse BJD workers protesting over Balasore student’s death by self-immolation.
Biju Janata Dal is also observing a Balasore bandh in protest over a Balasore student’s death by self-immolation. pic.twitter.com/jDKQZzCbbq
— ANI (@ANI) July 16, 2025
୮ ଘଣ୍ଟିଆ ବାଲେଶ୍ୱର ବନ୍ଦ ଡାକିଛି ବିଜେଡି। ସକାଳ ୬ଟାରୁ ଧର୍ମଘଟ ଆରମ୍ଭ ହୋଇଥିବାବେଳେ ଦିନ ୨ଟାଏ ଯାଏଁ ଚାଲିବ ଆନ୍ଦୋଳନ । ରାସ୍ତାରେ ଟାୟାର ଜାଳି ପ୍ରତିବାଦ ଚଳାଇଛନ୍ତି ବିଜେଡି କର୍ମୀ । ହାତରେ ପୋଷ୍ଟର ଓ ପ୍ଲାକାର୍ଡ ଧରି ନାରାବାଜି କରୁଛନ୍ତି । ବନ୍ଦ ପ୍ରଭାବରେ ସହରରେ ଦୋକାନ ବଜାର ଓ ଗାଡ଼ି ଚଳାଚଳ ବନ୍ଦ ରହିଛି । ସରକାରୀ ଓ ବେସରକାରୀ ଅଫିସ୍ ମଧ୍ୟ ବନ୍ଦ ରଖାଯାଇଛି । ଏହି ମାମଲାରେ ଓଡ଼ିଶା ହାଇକୋର୍ଟର ଜଣେ କାର୍ଯ୍ୟରତ ବିଚାରପତିଙ୍କ ଦ୍ୱାରା ନ୍ୟାୟିକ ତଦନ୍ତ ଦାବି କରି ବିଜେଡି ରାଜଧାନୀରେ ଏହି ବିକ୍ଷୋଭ କରିଛି।
ଆନ୍ଦୋଳନକାରୀଙ୍କ ଦାବି ରହିଛି କି ମୃତ ସୌମ୍ୟାଶ୍ରୀଙ୍କ ପରିବାରକୁ ୨୦ ଲକ୍ଷ ନୁହେଁ ରାଜ୍ୟ ସରକାର ୨ କୋଟି ଟଙ୍କା ସହାୟତା ପ୍ରଦାନ କରନ୍ତୁ। ଏହାସହ ଉଚ୍ଚଶିକ୍ଷାମନ୍ତ୍ରୀ ସୂରଜ ସୂର୍ଯ୍ୟବଂଶୀ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଇସ୍ତଫା ଦିଅନ୍ତୁ। ଘଟଣାର ବିଚାରବିଭାଗୀୟ ତଦନ୍ତ ହେଉ। ଏସବୁ ସହ ସରକାର ରାଜରାସ୍ତାରେ ଆଣ୍ଠୁମାଡ଼ି ନିଜର ଭୁଲ ପାଇଁ କ୍ଷମା ପ୍ରାର୍ଥନା କରନ୍ତୁ ବୋଲି ବିଜେଡି ପକ୍ଷରୁ ଦାବି କରାଯାଇଛି। ଅନ୍ୟପଟେ ଆସନ୍ତା କାଲି ବା ଜୁଲାଇ ୧୭ ତାରିଖରେ କଂଗ୍ରେସ ଏବଂ ସାତଟି ବାମପନ୍ଥୀ ଦଳ ଓଡ଼ିଶା ବନ୍ଦ ଡାକରା ଦେଇଛନ୍ତି। ଗୁରୁବାର ସକାଳ ୬ଟାରୁ ବନ୍ଦ ଆରମ୍ଭ ହୋଇ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଚାଲିବ। ତେବେ ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମନ୍ତ୍ରୀ ପରିଷଦର ଏକ ବୈଠକ ଡାକିଛନ୍ତି, ଯେଉଁଥିରେ ଏଫଏମ କଲେଜ ଘଟଣା ସହିତ ଜଡିତ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାର ସମ୍ଭାବନା ରହିଛି।
Also Readhttps://purvapaksa.com/millions-dead-aadhaar-still-active/
