Author: Purva Paksha

PM Modi To Visit Maha Kumbh On Wednesday:ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ମୋଦୀ ପୂର୍ବାହ୍ନ ପ୍ରାୟ ୧୧ଟାରେ ସଙ୍ଗମଠାରେ ପବିତ୍ର ସ୍ନାନ କରିବା ସହ ମା’ ଗଙ୍ଗାଙ୍କୁ ପୂଜାର୍ଚ୍ଚନା କରିବେ। ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରୟାଗରାଜରେ ମହାକୁମ୍ଭ ମେଳା ପରିଦର୍ଶନ କରିବେ। ଏହିଦିନ ୧୧ଟାରେ ସେ ସଙ୍ଗମସ୍ଥଳରେ ବୁଡ଼ ପକାଇବା ସହ ମା’ ଗଙ୍ଗାଙ୍କୁ ପୂଜାର୍ଚ୍ଚନା କରିବା କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହା ସ୍ପଷ୍ଟ କରାଯାଇଛି। ବିଶ୍ୱର ସର୍ବବୃହତ୍‍ ଆଧ୍ୟାତ୍ମିକ ଏବଂ ସାଂସ୍କୃତିକ ସମାବେଶଭାବେ ପରିଚୟ ହାସଲ କରିଥିବା ମହାକୁମ୍ଭ ଜାନୁଆରୀ ୧୩ ତାରିଖ ପୌଷ ପୂର୍ଣ୍ଣିମାରେ ଆରମ୍ଭ ହୋଇଥିଲା ଏବଂ ଏହା ଫେବୃଆରୀ ୨୬ ମହାଶିବରାତ୍ରି ପର୍ଯ୍ୟନ୍ତ ଜାରି ରହିବ। ଏହି ପବିତ୍ର ଅବସରରେ ବିଶ୍ୱର ବିଭିନ୍ନ କୋଣ ଅନୁକୋଣରୁ ଭକ୍ତ ଓ ଶ୍ରଦ୍ଧାଳୁ ସଙ୍ଗମ ସ୍ଥଳରେ ବୁଡ଼ ପକାଇ ପ୍ରାର୍ଥନା କରିଛନ୍ତି। ଭାରତର ଆଧ୍ୟାତ୍ମିକ ଏବଂ ସାଂସ୍କୃତିକ ଐତିହ୍ୟର ପ୍ରଚାର ଏବଂ…

Read More