Author: Purva Paksha

Budget-2025: ସଂସଦରେ ଉପସ୍ଥାପିତ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟରେ ୧୦ଟି କ୍ଷେତ୍ରକୁ ଗୁରୁତ୍ୱ ଦିଆଯାଇଛି। ମଧ୍ୟମ ଶ୍ରେଣୀ ଲୋକଙ୍କ ବିକାଶକୁ ବେଶୀ ଗୁରୁତ୍ୱ ଦିଆଯାଇଛି। ଗରିବ, ଯୁବକ, ଅନ୍ନଦାତା, ମହିଳା ମେକ୍‍ ଇନ୍ ଇଣ୍ଡିଆକୁ ଆହୁରି ଆଗକୁ ବଢ଼ାଇବା ଓ ଏମଏସଏମଇ ଆଦି ଫୋକସରେ ରହିଛି। ଅର୍ଥମନ୍ତ୍ରୀ ନିଜ ଅଭିଭାଷଣରେ, କୃଷିକୁ ବିକାଶର ପ୍ରଥମ ଇଞ୍ଜିନ୍ କହିଥିବାବେଳେ ଏମଏସଏମଇ ବିକାଶର ଦ୍ୱିତୀୟ ଇଞ୍ଜିନ ଓ ପୁଞ୍ଜି ନିବେଶ ୩ୟ ଇଞ୍ଜିନ ବୋଲି କହିଛନ୍ତି। ବଜେଟରେ ଚାଷୀଙ୍କ ପାଇଁ ଅର୍ଥମନ୍ତ୍ରୀ, ‘ପ୍ରଧାନମନ୍ତ୍ରୀ ଧନଧାନ୍ୟ ଯୋଜନା’ ଘୋଷଣା କରିଛନ୍ତି। କେନ୍ଦ୍ର ସରକାର ରାଜ୍ୟଗୁଡ଼ିକ ସହିତ ମିଶି ଏହି ଯୋଜନା ଚଲାଇବେ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି ଯେ, ଏହି ବଜେଟ୍ ଅନ୍ତର୍ଭୁକ୍ତ କୃଷକଙ୍କ ପାଇଁ। ଏହାଦ୍ୱାରା ୧.୭ କୋଟି କୃଷକ ଉପକୃତ ହେବେ। ୧୦୦ଟି ଜିଲ୍ଲାରେ ଧନଧାନ୍ୟ ଯୋଜନା ଆରମ୍ଭ ହେଉଛି। ଏହା ସହିତ, କିଷାନ କ୍ରେଡିଟ୍ କାର୍ଡର ସୀମା ୫ଲକ୍ଷ ଟଙ୍କାକୁ ବୃଦ୍ଧି…

Read More