Author: Purva Paksha

ଦୁଇଦିନିଆ ଉତ୍କର୍ଷ ଓଡ଼ିଶା ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୫ ଆମ ପାଇଁ ଅପାର ସଫଳତା ଆଣିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିରେ ସାରାବିଶ୍ୱର ଅନେକ ଶିଳ୍ପପତି, ବିଜନେସ୍ ଡେଲିଗେଟ୍, ପୁଞ୍ଜି ନିବେଶକ ଓ ନୀତି ନିର୍ଦ୍ଧାରକମାନେ ଯୋଗଦେଇଥିଲେ। କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦୀ ନିଜେ ଉପସ୍ଥିତ ରହି ଓଡ଼ିଶାରେ ପୁଞ୍ଜି ନିବେଶ ପାଇଁ ତାଙ୍କର ଗ୍ୟାରେଣ୍ଟି- ‘ମୋଦୀ ଗ୍ୟାରେଣ୍ଟି’ ଦେଇଥିଲେ। ୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଗଠନ କରିବା ଓ ୨୦୪୭ ସୁଦ୍ଧା ବିକଶିତ ଭାରତରେ ଓଡ଼ିଶାକୁ ଏକ ଗ୍ରୋଥ୍ ଇଞ୍ଜି୍ନ କରିବା ପାଇଁ ସେ ସମ୍ପୂର୍ଣ୍ଣ ସହଯୋଗ ଯୋଗାଇ ଦେଇ ଆସିଛନ୍ତି। ଡବଲ ଇଞ୍ଜିନ ସରକାରରେ ତାଙ୍କର ଯାହା ଭୂମିକା ରହିବା କଥା ତାକୁ ସେ ସମ୍ପୂର୍ଣ୍ଣଭାବେ ନିର୍ବାହ କରିଛନ୍ତି। ଏହାଦ୍ୱାରା ଦେଶର ଶ୍ରେଷ୍ଠ ପାଞ୍ଚଟି ଅର୍ଥନୀତି ମଧ୍ୟରେ ସ୍ଥାନ ପାଇବା ପାଇଁ ଆମର ଯେଉଁ ସଂକଳ୍ପ ରହିଛି, ଆମେ ତାହାର ନିକଟତର ହୋଇପାରିଛୁ ବୋଲି…

Read More