Author: Purva Paksha

Utkarsh Odisha: ‘ଉତ୍କର୍ଷ ଓଡ଼ିଶା’ କାର୍ଯ୍ୟକ୍ରମର ପ୍ରସ୍ତୁତି ସମ୍ପର୍କରେ ଶିଳ୍ପ ବିଭାଗ ପକ୍ଷରୁ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିକଟରେ ଏକ ବିସ୍ତୃତ କାର୍ଯ୍ୟସୂଚୀ ଉପସ୍ଥାପନ କରାଯାଇଛି। ରାଜ୍ୟରେ ବିଜେପି ସରକାର କାର୍ଯ୍ୟକାଳରେ ପ୍ରଥମଥର ପାଇଁ ଅନୁଷ୍ଠିତ ହେବାକୁ ଥିବା ‘ଉତ୍କର୍ଷ ଓଡ଼ିଶା କନକ୍ଲେଭ’ର ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଏହି ଅବସରରେ ଚଳିତମାସ ୨୭ରୁ ୩୦ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ ରହିଥିବାବେଳେ ୨୮ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ୱର ଆସି ଶିଳ୍ପପତି ଓ ପୁଞ୍ଜିନିବେଶକଙ୍କୁ ଉଦବୋଧନ ଦେବେ ବୋଲି ଜଣାପଡ଼ିଛି। ‘ଉତ୍କର୍ଷ ଓଡ଼ିଶା’ କାର୍ଯ୍ୟକ୍ରମର ପ୍ରସ୍ତୁତି ସମ୍ପର୍କରେ ଶିଳ୍ପ ବିଭାଗ ପକ୍ଷରୁ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିକଟରେ ଏକ ବିସ୍ତୃତ କାର୍ଯ୍ୟସୂଚୀ ଉପସ୍ଥାପନ କରାଯାଇଛି। ଜାନୁୟାରୀ ୨୭ତାରିଖରେ ସିଆଇଆଇ(ଭାରତୀୟ ଶିଳ୍ପ ମହାସଂଘ)ର ଜାତୀୟ କାର୍ଯ୍ୟନିର୍ବାହୀ ପରିଷଦର ବୈଠକ ଅନୁଷ୍ଠିତ ହେବ। ୨୮-୨୯ ଦୁଇଦିନ ଧରି ୪ଟି ପ୍ଲେନାରୀ ସେସନ୍‌, ୧୬ଟି ସେକ୍ଟରରାଲ ସେସନ୍ ଓ ୪ଟି…

Read More