Author: Purva Paksha

Pravasi Bharatiya Divas: ଓଡିଶାର ସମୃଦ୍ଧ କଳା, ସଂସ୍କୃତି ଓ ଐତିହ୍ୟକୁ ବିଶ୍ୱ ଦରବାରରେ ପହଞ୍ଚାଇବା ପାଇଁ ପ୍ରବାସୀ ଭାରତୀୟ ଦିବସ ଏକ ପ୍ରକୃଷ୍ଟ ଅବସର। ଏହି ସମାରୋହରେ ଦେଶ ବିଦେଶରୁ ପ୍ରାୟ ୭ହଜାର ଅତିଥି ଯୋଗଦେବେ। ଅଦ୍ୟାବଧି ୨୭୪୮ ଜଣ ଅତିଥି ଅଂଶଗ୍ରହଣ ନିମନ୍ତେ ପଞ୍ଜିକରଣ କରିସାରିଲେଣି। ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ଭୁବନେଶ୍ୱରରେ ଆସନ୍ତା ଜାନୁଆରୀ ମାସ ୮ ରୁ ୧୦ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ଅନୁଷ୍ଠିତ ହେବାକୁ ଯାଉଛି। ସ୍ଥାନୀୟ ଜନତା ମଇଦାନଠାରେ  ମହାସମାରୋହରେ ଏହା ପାଳନ ହେବାକୁ ଯାଉଛି। ଏଥିପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଏହାର ସମ୍ପୂର୍ଣ୍ଣ ପ୍ରସ୍ତୁତିର ସମୀକ୍ଷା କରିଥିଲେ। ଭାରତୀୟ ସଂସ୍କୃତି ସାରାବିଶ୍ୱରେ ନିଜର ସମୃଦ୍ଧ ଐତିହ୍ୟ ଓ ପରମ୍ପରା ପାଇଁ ପ୍ରସିଦ୍ଧ। ଓଡିଶାର ସମୃଦ୍ଧ କଳା, ସଂସ୍କୃତି ଓ ଐତିହ୍ୟକୁ ବିଶ୍ୱ ଦରବାରରେ ପହଞ୍ଚାଇବା ପାଇଁ ପ୍ରବାସୀ…

Read More