Author: Purva Paksha

High drama outside Parliament: ଡ. ବିଆର୍ ଆମ୍ବେଦକରଙ୍କ ଉପରେ ଅମିତ ଶାହାଙ୍କ ମନ୍ତବ୍ୟକୁ ନେଇ ବିଜେପି ଓ କଂଗ୍ରେସ ସାଂସଦମାନେ ଆକ୍ରମଣ ଅଭିଯୋଗ ଆଣିବା ପରେ ଗୁରୁବାର ସଂସଦ ବାହାରେ ଉତ୍ତେଜନା ପ୍ରକାଶ ପାଇଥିଲା। ଉଭୟ ପକ୍ଷ ଶାରୀରିକ ମୁହାଁମୁହିଁ ହୋଇଥିବା ଅଭିଯୋଗ କରିଛନ୍ତି। ଆଜି ସଂସଦ ଶିଡ଼ିରୁ ପଡ଼ି ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ ଆହତ ହୋଇଛନ୍ତି। ସାଂସଦ ଷଡ଼ଙ୍ଗୀଙ୍କ ମୁଣ୍ଡରେ ଲାଗିଛି ଗଭୀର ଆଘାତ। କଂଗ୍ରେସ ସାଂସଦ ରାହୁଲ ଗାନ୍ଧି ଠେଲି ଦେଇଥିବାରୁ ଏଭଳି ଦୁର୍ଘଟଣାର ସମ୍ମୁଖୀନ ହୋଇଥିବା କହିଛନ୍ତି ଖୋଦ ପ୍ରତାପ ଷଡଙ୍ଗୀ। ଗୁରୁତର ଅବସ୍ଥାରେ ତାଙ୍କୁ ରାମ ମନୋହର ଲୋହିଆ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଂସଦ ଏଣ୍ଟ୍ରି ଗେଟରେ ଆଜି କିଛି ଏଭଳି ଅପ୍ରୀତିକର ଘଟଣା ଦେଖିବାକୁ ମିଳିଛି।   ‘ଆମ୍ବେଦକର’ ପ୍ରସଙ୍ଗକୁ ନେଇ ଆଜି ବିରୋଧୀ ସଦସ୍ୟ ବିକ୍ଷୋଭ ପ୍ରଦର୍ଶନ କରୁଥିଲେ। ଏହି ସମୟରେ ହୋଇଥିଲା ଠେଲାପେଲା। ଅଭିଯୋଗ ଅନୁସାରେ ରାହୁଲ ଗାନ୍ଧି କିଛି ସାଂସଦଙ୍କୁ…

Read More