Author: Purva Paksha

Mission Ol-Chiki 2025: ପ୍ରାଥମିକ ବିଦ୍ୟାଳୟଠାରୁ ଆରମ୍ଭ କରି ବିଶ୍ୱବିଦ୍ୟାଳୟ ସ୍ତର ପର୍ଯ୍ୟନ୍ତ ସାନ୍ଥାଳୀ ଭାଷାରେ ଶିକ୍ଷା ଦେବାକୁ ଓଡ଼ିଶା ସରକାର ଯୋଜନା କରୁଛନ୍ତି। ମଙ୍ଗଳବାର କେନ୍ଦୁଝରଠାରେ ଅଖିଳ ଭାରତୀୟ ସାନ୍ଥାଳୀ ଲେଖକ ସଂଘର ଓଡ଼ିଶା ଶାଖାର ସପ୍ତମ ବାର୍ଷିକ ସମ୍ମିଳନୀକୁ ଉଦ୍‍ଘାଟନ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହା କହିଛନ୍ତି। କେ.ଜି ରୁ ପି. ଜି ପର୍ଯ୍ୟନ୍ତ ସାନ୍ଥାଳୀ ଭାଷାରେ ଶିକ୍ଷା ପ୍ରଦାନ ନିମନ୍ତେ ସରକାର ଚିନ୍ତା କରୁଛନ୍ତି। ଆଜି କେନ୍ଦୁଝର’ର ଅଶୋକ ବାଟିକାଠାରେ ସର୍ବଭାରତୀୟ ସାନ୍ଥାଳୀ ଲେଖକ ସଂଘ ଓଡିଶା ଶାଖାର ସପ୍ତମ ବାର୍ଷିକ ସମ୍ମିଳନୀ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହା କହିଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୧୯୨୫ ମସିହାରେ ଅଲ୍‌ଚିକି ଲିପିର ସୃଷ୍ଟି ହୋଇଥିଲା। ଅଲ୍‌ଚିକି ଲିପିର ସ୍ରଷ୍ଟା ଗୁରୁ ଗମ୍‌କେ ପଣ୍ଡିତ ରଘୁନାଥ ମୁର୍ମୁଙ୍କୁ ଏହି ଅବସରରେ ସ୍ମରଣ କରିବା ସଙ୍ଗେ ସଙ୍ଗେ ୨୦୨୫ରେ ଏହି ଲିପି ସୃଷ୍ଟି ହେବାର…

Read More