What's Hot
Author: Purva Paksha
କେନ୍ଦ୍ର କ୍ୟାବିନେଟରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଦେଶରେ ଖୋଲିବାକୁ ଯାଉଛି ୮୫ଟି କେନ୍ଦ୍ରୀୟ ବିଦ୍ୟାଳୟ ଓ ୨୮ଟି ନୂଆ ନବୋଦୟ ବିଦ୍ୟାଳୟ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି(ସିସିଇଏ) ବୈଠକରେ ଓଡ଼ିଶାରେ ୮ଟି ଏବଂ ସମଗ୍ର ଦେଶରେ ୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ ଏବଂ ୨୮ଟି ନୂଆ ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ମଞ୍ଜୁର ମିଳିଛି। ଓଡ଼ିଶାର ସମ୍ବଲପୁର ଜିଲ୍ଲାର କୁଚିଣ୍ଡା, ଅନୁଗୋଳ ଜିଲ୍ଲାର ତାଳଚେର ଓ ଆଠମଲ୍ଲିକ, ଢେଙ୍କାନାଳର କାମାକ୍ଷାନଗର, ଖୋର୍ଦ୍ଧା ଜିଲ୍ଲାର ଆଇଟିବିପି ଖୋର୍ଦ୍ଧା, କୋରାପୁଟଜିଲ୍ଲାର ଜୟପୁର, ବଲାଙ୍ଗୀର ଜିଲ୍ଲାର ରେଲଓ୍ୱେ ଟିଟିଲାଗଡ଼ ଓ ପାଟଣାଗଡ଼ରେ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନା ହେବ। କେନ୍ଦ୍ର ଶିକ୍ଷା ମନ୍ତ୍ରୀ କହିଛନ୍ତି ଜାତୀୟ ଶିକ୍ଷା ନୀତିର ପରାମର୍ଶ ଅନୁସାରେ ଓଡ଼ିଶା ସମେତ ସମଗ୍ର ଦେଶରେ ଉତ୍ତମ ଗୁଣାତ୍ମକ ମାନର ଶିକ୍ଷା ପ୍ରଦାନ କରିବା ଲକ୍ଷ୍ୟରେ ଏହି ନୂଆ ବିଦ୍ୟାଳୟ ମଞ୍ଜୁର ପ୍ରଦାନ…
