Author: Purva Paksha

ପୁରୀ ପୌରପାଳିକାକୁ ମହାନଗର ନିଗମ କରାଯିବ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ସୂଚନା ଦେଇଛନ୍ତି। ସେ କହିଛନ୍ତି ପୁରୀ ସହରକୁ ନୂଆ ଢାଞ୍ଚାର ଆବଶ୍ୟକତା ରହିଛି। କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା ଓ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି। ସେ ଆଉ ମଧ୍ୟ କହିଛନ୍ତି ପୁରୀ ପୌରପାଳିକା ଲୋକଙ୍କୁ ମୌଳିକ ସୁବିଧା ଯୋଗାଇବାରେ ଅସମର୍ଥ। ନିକଟବର୍ତ୍ତୀ ପଞ୍ଚାୟତଗୁଡ଼ିକ ସହରର ଅଂଶବିଶେଷ ହେବ। ଏବେ ପବିତ୍ର ପୁରୀ ସହରରେ ମହାପ୍ରPrଭୁଙ୍କ ଘୋଷଯାତ୍ରା ଜାରି ରହିଛି। ବାହୁଡା ଯାତ୍ରା ପାଇଁ ମହାପ୍ରଭୁ ଆଜ୍ଞା ଦେଇସାରିଛନ୍ତି। ଏହି ଯାତ୍ରାକୁ ସୂଚାରୁରୂପେ ଏବଂ ସୁରକ୍ଷିତ ଢଙ୍ଗରେ ସଂପୂର୍ଣ୍ଣ କରିବା ପାଇଁ ଠାକୁରଙ୍କ ନିର୍ଦ୍ଦେଶରେ ସମସ୍ତେ ନିଜ ନିଜ ସେବା ପ୍ରଦାନ କରୁଛନ୍ତି। ପୁରୀ ଜଗନ୍ନାଥ ଧାମ ସାରା ଭାରତର ସବୁ ଧର୍ମସ୍ଥଳୀ ଠାରୁ ଅନନ୍ୟ। ଏଠାରେ ଭକ୍ତି ଜାତି, ଧର୍ମ, ବର୍ଣ୍ଣ, ସମ୍ପ୍ରଦାୟ ନିର୍ବିଶେଷରେ ସମସ୍ତେ ଏକାକାର ହୋଇ ଯାଆନ୍ତି। ନବଦିନ ବ୍ୟାପ୍ତ ଏହି…

Read More