Author: Purva Paksha

ରାତି ପାହିଲେ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ସେଥିପାଇଁ ସଜେଇ ହୋଇଛି ସ୍ନାନବେଦୀ। ଅପେକ୍ଷା କରିଛି ମହାପ୍ରଭୁଙ୍କ ଆଗମନୀକୁ । ଚତୁର୍ଦ୍ଧାବିଗ୍ରହ ରତ୍ନବେଦୀରୁ ସ୍ନାନବେଦୀକୁ ଓଲ୍ହାଇ ଆସିବେ। ଅନ୍ୟପଟେ ଆସନ୍ତାକାଲି ପହଣ୍ଡି ପାଇଁ ରତ୍ନସିଂହାସନ ତଳେ ଚାରମାଳ ବନ୍ଧାଯିବା ସହ ଦଇତାପତି ସେବାୟତଙ୍କ ଦ୍ଵାରା ସେନାପଟା ଲାଗି କରାଯାଉଛି। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ହେବାକୁ ଥିବାରୁ ପ୍ରଶାସନ ପାଇଁ ବଡ ଚ୍ୟାଲେଞ୍ଜ ପାଲଟିବ। ଅନ୍ୟପଟେ ଆଜି ଭକ୍ତଙ୍କ ସୁରକ୍ଷା,ଶୃଙ୍ଖଳିତ ଦର୍ଶନ, ଭିଡ ନିୟନ୍ତ୍ରଣ ଓ ଟ୍ରାଫିକ ସମସ୍ୟା ସ୍ଥିତିର ସମୀକ୍ଷା କରିଛି ପୋଲିସ ଆଇଜି। ସୁରକ୍ଷା ଦୃଷ୍ଟିକୋଣରୁ ୭୦ପ୍ଲାଟୁନ ଫୋର୍ସ ମୁତୟନ ହେବେ। ସ୍ନାନନିତିକୁ ସୃଙ୍ଖଳିତ କରିବା ପାଇଁଁ ଆଜି ଅପରାହ୍ନ ୨ଟାରୁ ସାଧାରଣ ଦର୍ଶନ ବନ୍ଦ ରହିବ। ସେପଟେ ନିଜେ ଜିଲ୍ଲାପାଳ ଉପସ୍ଥିତ ରହି ନୀତିକୁ ଶୃଙ୍ଖଳିତ କରିଥିବା ବେଳେ ନିତି ନିର୍ଘଣ୍ଟ ଅନୁଯାୟୀ ଆସନ୍ତା କାଲି ସକାଳ ୫ଟାରୁ ୭ଟା ମଧ୍ୟରେ ପହଣ୍ଡି ଶେଷ ହେବ। ଆଉ ଆସନ୍ତା କାଲି…

Read More