What's Hot
Author: Purva Paksha
ଭାରତରେ ଅବସ୍ଥାପିତ ଫ୍ରାନ୍ସର ରାଷ୍ଟ୍ରଦୂତ ଥିଏରି ମାଥୋ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଓଡ଼ିଶା ଓ ଫ୍ରାନ୍ସ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କକୁ ସୁଦୃଢ଼ କରିବା ପାଇଁ ଆବଶ୍ୟକୀୟ ରଣନୀତି ଉପରେ ଆଲୋଚନା କରିଛନ୍ତି। ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପୂର୍ବୋଦୟ ମିଶନ ଅଧୀନରେ ଓଡ଼ିଶାର ବିକାଶ ଏବଂ ରାଜ୍ୟରେ ପୁଞ୍ଜିନିବେଶ, ଶିକ୍ଷା, ପର୍ଯ୍ୟଟନ ଓ ଅନ୍ୟାନ୍ୟ କ୍ଷେତ୍ରରେ ସୁଯୋଗ ଉପରେ ଗୁରୁତ୍ୱ ଆରୋପ କରାଯାଇଥିଲା। ଫ୍ରାନ୍ସ ଓ ଭାରତ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ସୁଦୃଢ଼ କରିବାରେ ଓଡ଼ିଶା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସିଏମଓ ପକ୍ଷରୁ କୁହାଯାଇଛି। ଫ୍ରାନ୍ସ ପ୍ରତିନିଧି ଦଳ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଉଚ୍ଚଶିକ୍ଷା ଓ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଏବଂ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂହଖୁଣ୍ଟିଆଙ୍କୁ ମଧ୍ୟ ଭେଟିଥିଲେ। ସ୍ଥାୟୀ ପର୍ଯ୍ୟଟନ ଏବଂ ସାଂସ୍କୃତିକ ଆଦାନ ପ୍ରଦାନକ୍ଷେତ୍ରରେ ସେମାନେ ଭାଗିଦାରୀ…
