What's Hot
Author: Purva Paksha
RBIର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ହେଲେ ପ୍ରଧାନମନ୍ତ୍ରୀଙ୍କ ପ୍ରଧାନ ସଚିବ, ଜାଣନ୍ତୁ PMOରେ ଆଉ କିଏ କିଏ ଅଛନ୍ତି ବଡ଼ ଅଧିକାରୀ?
Shaktikant Dash Principal Secretary to PMO: ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମଓ)ରେ ଆଉଜଣେ ଉଚ୍ଚସ୍ତରୀୟ ଅଧିକାରୀଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଅଧିକାରୀ ଜଣକ ହେଉଛନ୍ତି ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ। ଦାସଙ୍କୁ ପ୍ରମୁଖ ସଚିବ-୨ ଭାବେ ନିଯୁକ୍ତି ଦିଆଯାଇଛି। ପିଏମଓରେ ୩ ଓଡ଼ିଆ ଅଧିକାରୀ ଅଛନ୍ତି, ସେମାନେ ହେଲେ ପିକେ ମିଶ୍ର, ଶକ୍ତିକାନ୍ତ ଦାସ ଓ ଶୁଭାଶୀଷ ପଣ୍ଡା। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)ର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କୁ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱିତୀୟ ପ୍ରମୁଖ ସଚିବ ଭାବରେ ନିଯୁକ୍ତ କରାଯାଇଛି। କ୍ୟାବିନେଟର ନିଯୁକ୍ତି କମିଟି ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ-୨ ଭାବରେ ଶକ୍ତିକାନ୍ତ ଦାସ, ଆଇଏଏସ୍ (ଅବସରପ୍ରାପ୍ତ)ଙ୍କ ନିଯୁକ୍ତିକୁ ଅନୁମୋଦନ କରିଛି। ତାମିଲନାଡୁ କ୍ୟାଡରର ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ଦାସଙ୍କର କାର୍ଯ୍ୟକାଳ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକାଳ କିମ୍ବା ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଜାରି ରହିବ। ତାଙ୍କ ନିଯୁକ୍ତି ଦାୟିତ୍ୱ ଗ୍ରହଣ କରିବା ତାରିଖରୁ କାର୍ଯ୍ୟକାରୀ ହେବ। ଦାସଙ୍କ…
