Author: Purva Paksha
Higher Education: ରାଜ୍ୟରେ ଥିବା ୧୭ଟି ସରକାରୀ ବିଶ୍ୱବିଦ୍ୟାଳୟରେ ବିଭିନ୍ନ ବିଭାଗରେ ମୋଟ ୨୦୦୩ଟି ମଞ୍ଜୁରୀପ୍ରାପ୍ତ ଅଧ୍ୟାପକ ପଦବୀ ମଧ୍ୟରୁ ୧୩୦୭ଟି ପଦବୀ ଖାଲି। ଶୁକ୍ରବାର ଦିନ ବିଧାନସଭାର ପ୍ରଶ୍ନୋତ୍ତର କାଳରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ରାଜ୍ୟର ଶିକ୍ଷା ବ୍ୟବସ୍ଥାକୁ ନଷ୍ଟଭ୍ରଷ୍ଟ କରିଥିବା କଳାପାହାଡ଼ମାନଙ୍କର ଅସଲ ମୁଖା ଖୋଲି ଦେଇଛନ୍ତି। ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ଏକ ପ୍ରଶ୍ନର ଜବାବରେ ଉଚ୍ଚଶିକ୍ଷା ମନ୍ତ୍ରୀ ରଖିଥିବା ତଥ୍ୟ ଅନୁଯାୟୀ, ରାଜ୍ୟରେ ଥିବା ୧୭ଟି ସରକାରୀ ବିଶ୍ୱବିଦ୍ୟାଳୟରେ ବିଭିନ୍ନ ବିଭାଗରେ ମୋଟ ୨୦୦୩ଟି ମଞ୍ଜୁରୀପ୍ରାପ୍ତ ଅଧ୍ୟାପକ ପଦବୀ ଅଛି। ସେଥିମଧ୍ୟରୁ ୧୩୦୭ଟି ପଦବୀ ଖାଲି ପଡ଼ିଛି। ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟମାନଙ୍କରେ ଖାଲିଥିବା ଅଧ୍ୟାପକ ପଦବୀ ପୂରଣ କରିବା ପରିବର୍ତ୍ତେ ଅତିଥି ଅଧ୍ୟାପକ ଓ ଅବରସପ୍ରାପ୍ତ ଅଧ୍ୟାପକମାନଙ୍କୁ ନିଯୁକ୍ତି ଦିଆଯାଉଛି। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯେଉଁ ଉତ୍କଳ ବିଶ୍ୱବିଦ୍ୟାଳୟରେ ପାଠପଢ଼ିଥିବା ତଥା ରାଜନୀତି କରି ଚର୍ଚ୍ଚାକୁ ଆସିଥିଲେ ସେଠାରେ ୪୬ଟି ପ୍ରଫେସର ପଦବୀ…
