Author: NAZMEEN PARWEEN

ଏଣିକି କନ୍ୟା ସନ୍ତାନ ଜନ୍ମ ହେଲେ ଗର୍ଭବତୀଙ୍କୁ ମିଳିବ ବର୍ଷକୁ ଅଧିକ ୨ ହଜାର ଟଙ୍କାର ପ୍ରାତ୍ସାହନ ରାଶି । ମଙ୍ଗଳବାର ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀ କହିଛନ୍ତି ରାଜ୍ୟରେ ବର୍ତ୍ତମାନ କାର୍ଯ୍ୟକାରୀ ହେଉଥିବା ମମତା ଯୋଜନା ସହ ମିଳିତ ଭାବେ ପ୍ରଧାନମନ୍ତ୍ରୀ ମାତୃ ବନ୍ଦନା ଯୋଜନା କାର୍ଯ୍ୟକାରୀ କରାଯିବ । ଗର୍ଭବତୀ, ପ୍ରସୂତି ମହିଳାମାନଙ୍କ ଉତ୍ତମ ସ୍ୱାସ୍ଥ୍ୟ ତଥା କନ୍ୟା ସନ୍ତାନ ଜନ୍ମକୁ ପ୍ରୋତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିଷ୍ପତ୍ତି ନେଇଛନ୍ତି। ଆହୁରି ମଧ୍ୟ, ଏହି ଯୋଜନାରେ ପୁତ୍ର ସନ୍ତାନ ଜନ୍ମ କ୍ଷେତ୍ରରେ ୧୦ ହଜାର ଟଙ୍କା ପ୍ରଦାନ କରାଯିବ। ତେବେ କନ୍ୟା ସନ୍ତାନ ପାଇଁ ପୂର୍ବରୁ ୧୦ ହଜାର ଟଙ୍କା ଦିଆଯାଉଥିବା ବେଳେ ମିଳିତ ଯୋଜନାରେ ୧୨ ହଜାର ଟଙ୍କା ଦିଆଯିବ। ସର୍ବାଧିକ ଦୁଇଟି ସନ୍ତାନ ଜନ୍ମ କ୍ଷେତ୍ରରେ ଏହି ସହାୟତା ମିଳିବ । ତେବେ ପିଭିଟିଜିମାନଙ୍କ…

Read More