Author: NAZMEEN PARWEEN

ବର୍ତମାନ ଓଡିଆ ସିନେମା ଜଗତର ଅଭିନେତା ଉତ୍ତମ ମହାନ୍ତିଙ୍କ ସ୍ୱାସ୍ଥ୍ୟବସ୍ଥାରେ ।  ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଚାଲିଛି ଚିକିତ୍ସା ।  ଲିଭର ସିରୋସିସ୍ ରେ ପୀଡ଼ିତ ଅଛନ୍ତି ପୁରୁଣା ଦିନର ଓଡ଼ିଉଡ୍ ସୁପରଷ୍ଟାର ଉତ୍ତମ ମହାନ୍ତି । ଶନିବାର ତାଙ୍କୁ ଭୁବନେଶ୍ବରରୁ ମେଦାନ୍ତ ହସ୍ପିଟାଲକୁ ଏୟାର ଲିଫ୍ଟ କରାଯାଇଥିଲା । ତା ପୂର୍ବରୁ ସେ ଭୁବନେଶ୍ବର କିମ୍ସ ସୁପର ସ୍ପେଶାଲିଟି ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଅଧିକ ଚିକିତ୍ସା ପାଇଁ ତାଙ୍କୁ ଏୟାର ଲିଫଟ କରାଯାଇଥିଲା ।  ଓଲିଉଡ୍ ଓ ଶୁଭେଛୁମାନେ ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।  ଦର୍ଶକଙ୍କୁ ଅନେକ ସୁପରହିଟ୍ ସିନେମା ଭେଟି ଦେଇଛନ୍ତି ଉତ୍ତମ ମହାନ୍ତି ।  ବଳିଷ୍ଠ ଅଭିନୟ ପାଇଁ ସେ ବହୁ ପୁରସ୍କାର ଲାଭ କରିଛନ୍ତି । ଏକମାତ୍ର ଓଡ଼ିଆ ଅଭିନେତା ଭାବେ ଲଗାତର ୩ବର୍ଷ ଧରି ୧୯୮୨,୧୯୮୩ ଓ ୧୯୮୪ରେ ରାଜ୍ୟ ସରକାରଙ୍କ ଠାରୁ ଶ୍ରେଷ୍ଠ ଅଭିନେତା ପୁରସ୍କାର ପାଇଥିଲେ ।  ୧୯୯୯ରେ…

Read More