Author: NAZMEEN PARWEEN

ରାଜ୍ୟରେ ଆସନ୍ତା ଦୁଇ ଦିନ ତାପମାତ୍ରା ସାମାନ୍ୟ କମିବ । ସେହିପରି ଦକ୍ଷିଣ ଓଡିଶାର କିଛି ସ୍ଥାନରେ ମଧ୍ୟମ ଧରଣର କୁହୁଡି ହୋଇପାରେ । ଏହାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ପାଣିପାଗର ପୂର୍ବାନୁମାନ ଅନୁସାରେ, ପଶ୍ଚିମାଝଡ଼ ଅପସାରଣ ପରେ ଉତ୍ତର ପଶ୍ଚିମ ଦିଗରୁ ଥଣ୍ଡା ଓ ଶୁଷ୍କ ବାୟୁ ରାଜ୍ୟକୁ ପ୍ରବେଶ କରୁଛି । ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ୪ ଡିଗ୍ରୀ ପର୍ଯ୍ୟନ୍ତ ପାରଦ କମିଛି । ଆସନ୍ତା ୨୪ ଘଣ୍ଟା ଆହୁରି ୨ରୁ ୩ ଡିଗ୍ରୀ କମିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।  ଆସନ୍ତା ଦୁଇ ଦିନ ଯାଏଁ କଲବଲ କରିବ ଘନ କୁହୁଡ଼ି ।  ଏଥିପାଇଁ ୨୪ ଘଣ୍ଟା ପାଇଁ ୧୦ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ନୟାଗଡ଼, କଳାହାଣ୍ଡି, ଗଞ୍ଜାମ, ଗଜପତି, ରାୟଗଡ଼ା ଓ କୋରାପୁଟ ସମେତ ୧୦ଟି ଜିଲ୍ଲାରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି ।…

Read More