Author: NAZMEEN PARWEEN

ବାରବାଟୀରେ ବଡ଼ ବିଭ୍ରାଟ । ଅନ୍ତର୍ଜାତୀୟ ମ୍ୟାଚ୍ ଚାଲିଥିବା ବେଳେ ବନ୍ଦ ହୋଇଗଲା ଫ୍ଲଡ ଲାଇଟ୍ । ଭାରତୀୟ ଦଳର ଇନିଂସ ସମୟରେ ଫ୍ଲଡ ଲାଇଟ୍ ବନ୍ଦ ହୋଇଯାଇଥିଲା । ଫଳରେ ଖେଳ ଅଧାରୁ ବନ୍ଦ ରହିଥିଲା । ସେତେବେଳେ ଟିମ୍ ଇଣ୍ଡିଆର ଦୁଇ ବ୍ୟାଟର, ଅଧିନାୟକ ରୋହିତ ଶର୍ମା ଓ ଶୁଭମନ୍ ଗିଲ୍ ବ୍ୟାଟିଂ କରୁଥିଲେ । ହେଲେ ଫ୍ଲଡ୍ ଲାଇଟ୍  ବନ୍ଦ ହୋଇଯିବା ପରେ ଖେଳାଳିମାନେ ପ୍ୟାଭିଲିୟନକୁ ଫେରିଯାଇଥିଲେ । ଏହାକୁ ନେଇ ଖେଳାଳିଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା । ଯାହା ରୋହିତ ଶର୍ମାଙ୍କ ଭାବଭଙ୍ଗୀରୁ ଏହା ସ୍ପଷ୍ଟ ହୋଇଯାଇଥିଲା । ପ୍ରାୟ ୨୫ ମିନିଟ୍ ପରେ ଫ୍ଲଡ୍ ଲାଇଟ୍ ପୁଣି ଚାଲୁ ହୋଇଥିଲା । ଖେଳ ପୁଣି ଥରେ ଆରମ୍ଭ ହୋଇଥିଲା । ତେବେ ଏତେ ବଡ଼ ବିଭ୍ରାଟ କେମିତି ଓ କାହିଁକି ଖେଳ ମଝିରେ ହେଲା? ଏତେ ପ୍ରସ୍ତୁତି ସତ୍ତ୍ବେ କିପରି ଏମିତି ଅଭାବନୀୟ ଘଟଣା…

Read More