Author: NAZMEEN PARWEEN

ଶୁକ୍ରବାରଠୁ କମିବ ରାତିର ତାପମାତ୍ରା । ପରବର୍ତ୍ତୀ ୩ ଦିନ ଯାଏ ପାରଦ ୨ରୁ ୪ ଡିଗ୍ରୀ କମିବାର ସମ୍ଭାବନା ରହିଛି । ଏଭଳି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର, ଭୁବନେଶ୍ବର । ରାଜ୍ୟରେ ଦୁଇଦିନ ପରେ ଦିନର ତାପମାତ୍ରା ମଧ୍ୟ ସାମାନ୍ୟ କମିବାର ସମ୍ଭାବନା ରହିଛି । ଅନ୍ୟପଟେ ଆସନ୍ତା ୮ ତାରିଖରୁ କୁହୁଡ଼ି ପ୍ରଭାବ କମିବ ।ରାଜ୍ୟରେ ବର୍ତ୍ତମାନ ଦିନ ଓ ରାତି ତାପମାତ୍ରା ସ୍ୱାଭାବିକଠାରୁ ଅଧିକ ରହିଛି । ପ୍ରାୟତଃ ଦିନର ସର୍ବୋଚ୍ଚ ତାପମାତ୍ରା ୩୩ ଡିଗ୍ରୀ ସେଲସିୟସ୍‌ ଉପରେ ରହିଛି । ସେହିପରି ରାତି ତାପମାତ୍ରା ୨୨ରୁ ୨୫ ଡିଗ୍ରୀ ପର୍ଯ୍ୟନ୍ତ ପହଞ୍ଚିଛି । ବର୍ତ୍ତମାନ ଗୁରୁଚାପ ବଳୟ ଦୁର୍ବଳ ହେବା ସହ ଉତ୍ତର-ପଶ୍ଚିମରୁ ପବନ ଆସିବ । ଏହା ଫଳରେ ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ଅଧିକ ଖସିବ । ଉପକୂଳରେ ତାପମାତ୍ରା କମିଲେ ବି ଥଣ୍ଡା ବେଶି ବଢ଼ିନପାରେ ବୋଲି କହିଛି ପାଣିପାଗ…

Read More