Author: NAZMEEN PARWEEN

ଆୟୋଗ ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ତାଙ୍କ କ୍ୟାବିନେଟ୍ ଏବଂ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀଙ୍କ ସହ ବୈଠକ କରିବାର କାର୍ଯ୍ୟକ୍ରମ ରହିଛି। ଅରବିନ୍ଦ ପାନଗାରିଆଙ୍କ ନେତୃତ୍ୱରେ ଷୋଡ଼ଶ ଅର୍ଥ ଆୟୋଗର ୧୫ ଜଣିଆ ଟିମ୍ ମଙ୍ଗଳବାର ୪ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଆୟୋଗ ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ତାଙ୍କ କ୍ୟାବିନେଟ୍ ଏବଂ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀଙ୍କ ସହ ବୈଠକ କରିବାର କାର୍ଯ୍ୟକ୍ରମ ରହିଛି। ବୈଠକରେ ସରକାର କମିସନଙ୍କୁ ଆର୍ଥିକ ଦାବି ସମ୍ବଳିତ ସ୍ମାରକପତ୍ର ପ୍ରଦାନ କରିବେ। ନିକଟରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ ବୈଠକରେ ଆସନ୍ତା ୫ ବର୍ଷ ପାଇଁ ୧୨ ଲକ୍ଷ ୫୬ ହଜାର ୧୪୮ କୋଟି ଟଙ୍କାର ଦାବିକୁ ଅନୁମୋଦନ ମିଳିଥିଲା। ଏନ୍ କେ ସିଂହଙ୍କ ଅଧ୍ୟକ୍ଷତାରେ ଗଠିତ ପଞ୍ଚଦଶ ଅର୍ଥ ଆୟୋଗ (ଏଫ୍ସି) ୨୦୨୧ରୁ ୨୦୨୬ ପର୍ଯ୍ୟନ୍ତ ପାଞ୍ଚ ବର୍ଷ ପାଇଁ ଓଡ଼ିଶାକୁ ୨.୨୨ ଲକ୍ଷ କୋଟି…

Read More