Author: NAZMEEN PARWEEN

ଇଣ୍ଡିଆ ଇଂଲଣ୍ଡ ବାରବାଟୀ ଲଢେଇ ପାଇଁ ଜୋରଦାର୍ ଆଗେଇ ଚାଲିଛି ପ୍ରସ୍ତୁତି । ଆଜି ଅପରାହ୍ନରେ କଟକ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ ବି.ପରମେଶ୍ବନ୍ ଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚ ସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି । ଆରଡିସିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଆରଡିସିଙ୍କ ସହ ଓସିଏ ପଦାଧିକାରୀ, କଟକ ଜିଲ୍ଲାପାଳ, ଅତିରିକ୍ତ ପୋଲିସ କମିଶନର ଉପସ୍ଥିତ ଥିଲେ । ମ୍ୟାଚର ସୁପରିଚାଳନା ନେଇ ବ୍ୟାପକ ଭାବରେ ଆଲୋଚନା କରାଯାଇଛି । ଆସନ୍ତା ୭ ତାରିଖ ସୁଦ୍ଧା ସମସ୍ତ ପ୍ରସ୍ତୁତି ଶେଷ କରାଯିବ ବୋଲି ସୂଚନା ଦେଇଛନ୍ତି ଆର୍ ଡି ସି ।  ଏନେଇ ପାଞ୍ଚଟି ସ୍ଥାନରେ ହେବ ପାର୍କିଂ ବ୍ୟବସ୍ଥା ।  ମୋଟ ୨୫ ହଜାର ଯାନ ବାହନ ପାର୍କିଂ ପାଇଁ ବ୍ୟବସ୍ଥା ହୋଇଛି ।  ତଳ ବାଲିଯାତ୍ରା ପଡିଆ ବ୍ୟବହାର ନେଇ ଗ୍ରୀନ ଟ୍ରିବ୍ୟୁନାଲ୍ ବା ଜାତୀୟ ସବୁଜ ପ୍ରାଧିକରଣଙ୍କର କଟକଣା ରହିଥିବା ବେଳେ, ଜରୁରୀକାଳୀନ ପରିସ୍ଥିତିରେ…

Read More