Author: NAZMEEN PARWEEN

ଭିତରକନିକାରେ ପକ୍ଷୀ ଗଣନା ୧୮ରୁ ଆରମ୍ଭ ହେବ । ରାଜନଗର ବନଖଣ୍ଡର ରାଜନଗର,କନିକା, ଗହୀରମଥା, ମହାକାଳପଡ଼ା ଓ କୁଜଙ୍ଗ ୫ଟି ରେଞ୍ଜରେ ଏହି ପକ୍ଷୀ ଗଣନା ଅନୁଷ୍ଠିତ ହେବ । ଆସନ୍ତାକାଲି ପକ୍ଷୀ ବିଷାରଦ ମାନଙ୍କ ସହିତ ବନ କର୍ମଚାରୀ ମାନଙ୍କୁ ନେଇ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଟିତ ହେବା ପରେ ୧୮ ତାରିଖ ଦିନ ପକ୍ଷୀ ଗଣନା କରାଯିବ । ଗତବର୍ଷ ୧୨୧ ପ୍ରଜାତିର ୧ଲକ୍ଷ ୫୧ ହଜାର ୪୨୧ଟି ପକ୍ଷୀ ଗଣନା କରାଯାଇଥିବା ବେଳେ ଚଳିତବର୍ଷ ପକ୍ଷୀ ସଂଖ୍ୟା ବୃଦ୍ଧି ପାଇବା ନେଇ ବନବିଭାଗ ରଖିଥିବା ରାଜନଗର ବନଖଣ୍ଡ ଅଧକାରୀ ସୁଦର୍ଶନ ଗୋପୀନାଥ ଯାଦବ ସୂଚନା ଦେଇଛନ୍ତି । ଅନ୍ୟପଟେ ଜାନୁୟାରୀ ୧୪ରୁ ଭିତରକନିକାରେ କୁମ୍ଭୀର ଗଣନା ପାଇଁ ୨୨ ତାରିଖ ଯାଏ ବନ୍ଦ ରହିଛି । ଏହି ସମୟରେ ପର୍ଯ୍ୟଟକ ଭିତରକନିକା ବୁଲି ଆସିଲେ ଗଣନାରେ ସମସ୍ୟା ସୃଷ୍ଟି ହେବାର ସମ୍ଭାବନା ଥିବାରୁ ପର୍ଯ୍ୟଟକ ଆସିବା ଉପରେ…

Read More