Author: NAZMEEN PARWEEN

ଏବେ କମିଛି ଶୀତ କିନ୍ତୁ  ଆହୁରି ଆଗକୁ ବଢିବ ଶୀତ ।ଶନିବାରଠାରୁ ରାଜ୍ୟରେ ଶୀତ ବଢ଼ିବ। ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ଖସିବ। ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ୧୩ରୁ ୧୫ ଡିଗ୍ରୀ ପାଖାପାଖି ରହିବ। ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି।  ସେହିପରି ବୁଧବାର ଓ ଗୁରୁବାର ରାଜ୍ୟର କିଛି ସ୍ଥାନରେ ଅଧିକ କୁହୁଡ଼ି ଦେଖା ଦେଇପାରେ । ବୁଧବାର କଳାହାଣ୍ଡି, କନ୍ଧମାଳ ଓ ଭଦ୍ରକରେ ଘନ କୁହୁଡ଼ି ଦୃଶ୍ୟମାନ ହେବ। ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର, ସୁନ୍ଦରଗଡ଼, କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତିରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବ । ଗୁରୁବାର ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର, ସୁନ୍ଦରଗଡ଼, କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତିରେ ଅଧିକ କୁହୁଡ଼ି ଦୃଶ୍ୟମାନ ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।  ସୋମବାର ଦାରିଙ୍ଗିବାଡ଼ିରେ ରାତି ତାପମାତ୍ରା ୯.୫ ଡିଗ୍ରୀ ସେଲସିୟସ୍‌ ଥିଲା । ଫୁଲବାଣୀରେ…

Read More