Author: NAZMEEN PARWEEN
ମଙ୍ଗଳବାରଠୁ ମୁଖ୍ୟମନ୍ତ୍ରୀଙ୍କ ତିନିଦିନିଆ କେନ୍ଦୁଝର ଜିଲ୍ଲା ଗସ୍ତ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ଅବସରରେ କେନ୍ଦୁଝରରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ାକଡି କରାଯାଇଛି । ମଙ୍ଗଳବାର ୯ଟା ୩୦ରେ ମୁଖ୍ୟମନ୍ତ୍ରୀ ବିମାନରେ କେନ୍ଦୁଝର ରାଇସୁଆଁ ଏୟାରଷ୍ଟ୍ରିପ୍ରେ ଅବତରଣ କରିବେ । ସଡ଼କ ପଥରେ ରାଇସୁଆ ଠାରୁ ପାଟଣା ଯାଇ ମକର ବୁଡ଼ ପକାଇବେ। ସେଠାରେ କେତେକ ମନ୍ଦିରରେ ପୂଜାର୍ଚ୍ଚନା କରିବା ପରେ ବିଜେପି କର୍ମୀ ହରି ମହାନ୍ତଙ୍କ ବାସଭବନରେ ପହଞ୍ଚି କେତେକ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିବେ। ମଧ୍ୟାହ୍ନ ୧ଟାରେ କେନ୍ଦୁଝର ସର୍କିଟ୍ ହାଉସ ଅଭିମୁଖେ ଯାତ୍ରା କରିବେ। ଅପରାହ୍ଣ ୪ଟାରେ ଝୁମ୍ପୁରା ଦେଇ ନିଜ ଗ୍ରାମ ରାଇକଳାକୁ ଗସ୍ତ କରିବେ। ସେଠାରେ କେତେକ କାର୍ଯ୍ୟକ୍ରମରେ ଯୋଗଦେବା ପରେ ସର୍କିଟ୍ ହାଉସରେ ରାତ୍ରୀଯାପନ କରିବେ। ବୁଧବାର ଦିନ ଧରଣୀଧର ବିଶ୍ୱବିଦ୍ୟାଳୟ ପଡିଆରେ ସାମାଜିକ ସୁରକ୍ଷା ଯୋଜନାର କାର୍ଯ୍ୟକ୍ରମକୁ ଲୋକାର୍ପଣ କରିବେ।…
