Author: NAZMEEN PARWEEN

ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗରେ କୌଣସି ପରିବର୍ତ୍ତନ ହେବ ନାହିଁ । ରାତ୍ରୀ ତାପମାତ୍ରା ସ୍ଵାଭାବିକ ଠାରୁ ଅଧିକ ରହିବ। ୧୬ ତାରିଖ ଯାଏ ଘନ କୁହୁଡି ନେଇ ସତର୍କତା ଜାରି କରିଛି ପାରିପାଗ କେନ୍ଦ୍ର। ପୁଣି କଲବଲ କରିବ ଜାଡ଼। ଥରାଇବ ମାଘର ବାଘ ଭଳି ଶୀତ  ଆସନ୍ତା ୧୭ରୁ ରାଜ୍ୟରେ ପୁଣି ବଢିବ ଥଣ୍ଡା। ଉପାନ୍ତରୁ ଉପକୂଳ ସବୁଠି ଥରାଇବ ଜାଡ। ସ୍ବାଭାବିକ ଠାରୁ ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପଶ୍ଚିମା ଝଡର ପ୍ରଭାବ କମିବା ପରେ ରାଜ୍ୟକୁ ଉତ୍ତର ପଶ୍ଚିମ ଦିଗରୁ ଥଣ୍ଡା ପବନ ପ୍ରବାହ ବଢିବ। ଫଳରେ ରାଜ୍ୟରେ ପୁଣି ଶୀତ ଲହରୀ ଅନୁଭୁତ ହେବ । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗରେ କୌଣସି ପରିବର୍ତ୍ତନ ହେବ ନାହିଁ । ରାତି ତାପମାତ୍ରା ସ୍ବାଭାବିକ ଠାରୁ ଅଧିକ ରହିବ।…

Read More