Author: NAZMEEN PARWEEN

ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାରେ ସାମିଲ ହେବା ପରେ ଓଡ଼ିଶାବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ ସୋସିଆଲ ମିଡ଼ିଆ ଏକ୍ସରେ ଲେଖିଛନ୍ତି, ଏହା ବାସ୍ତବରେ ଏକ ବିଡ଼ମ୍ବନା ଯେ ଓଡ଼ିଶାର ମୋର ଭଉଣୀ ଏବଂ ଭାଇମାନେ ପୂର୍ବ ସରକାର ଦ୍ୱାରା ଆୟୁଷ୍ମାନ ଭାରତର ଲାଭରୁ ବଞ୍ଚିତ ହୋଇଥିଲେ । ଏହି ଯୋଜନା ଉଚ୍ଚ ମାନର ସ୍ୱାସ୍ଥ୍ୟସେବା ଏବଂ ସୁଲଭ ମୂଲ୍ୟ ସୁନିଶ୍ଚିତ କରିବ । ଏହା ବିଶେଷ କରି ଓଡ଼ିଶାର ନାରୀ ଶକ୍ତି ଏବଂ ବୟସ୍କମାନଙ୍କୁ ଲାଭାନ୍ୱିତ କରିବ । ସୂଚନାଯୋଗ୍ୟ, ଏଣିକି ଆୟୁଷ୍ମାନ ଭାରତରେ ସ୍ୱାସ୍ଥ୍ୟସେବା ପାଇବେ ଓଡ଼ିଶାବାସୀ । ଆଜି ଦିଲ୍ଲୀରେ କେନ୍ଦ୍ର ଏବଂ ରାଜ୍ୟ ସରକାର ଭିତରେ ଏମଓୟୁ ସ୍ୱାକ୍ଷର ହୋଇଇଥିବା ବେଳେ ରାଜ୍ୟର ପ୍ରାୟ ୧ କୋଟି ପରିବାରର ସାଢେ ୩ କୋଟି ଲୋକ ଏହି ଯୋଜନାରେ ଉପକୃତ ହେବେ । ତେବେ ରାଜ୍ୟ ଯୋଜନା ଗୋପବନ୍ଧୁ ଜନଆରୋଗ୍ୟ…

Read More