Author: NAZMEEN PARWEEN

ଆଜି ପବିତ୍ର ପୌଷପୁର୍ଣ୍ଣିମା ।  ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଦେବାଭିଷେକ ନୀତି ଅନୁଷ୍ଠିତ ହେବ ।  ମହାପ୍ରଭୁ ରାଜାଧିରାଜ ବା ସୁନାବେଶରେ ବିଭୂଷିତ ହୋଇ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ।  ଗତକାଲି ଅଧିବାସ ଗୃହରେ ଅଧିବାସ ହୋଇ ରହିଥିବା ଘିଅ ମିଶ୍ରିତ ୧୦୮ ଗରା ଜଳରେ ଚନ୍ଦନଲାଗି ପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଅଭିଷେକ କରାଯିବ। ରତ୍ନ ସିଂହାସନରେ ବର୍ଷକୁ ୪ ଥର ହେଉଥିବା ସୁନାବେଶ ମଧ୍ୟରୁ ଆଜିର ବେଶ ଅନ୍ୟତମ ।  ସକାଳଧୂପ ପରେ ସ୍ୱର୍ଣ୍ଣ ଓ ରତ୍ନ ଖଚିତ ଅଳଙ୍କାରରେ ମହାପ୍ରଭୁ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ।  ମସ୍ତକରେ କିରିଟ,ପାଦରେ ଶ୍ରୀପୟର,ହାତରେ ଶ୍ରୀଭୂଜ,ହରିଡାମାଳ,ବାହାଡା ମାଳ,ସେବତୀମାଳ,ଆଡକାନି, ଚନ୍ଦ୍ର ସୂର୍ଯ୍ୟ ଆଦି ବିବିଧ ପ୍ରକାରର ସ୍ୱର୍ଣ୍ଣ ଅଳଙ୍କାରରେ ବିଭୂଷିତ ହୋଇ ମହାପ୍ରଭୁ ରାଜାରାଜେଶ୍ୱର ବେଶରେ ଭକ୍ତ ଗଣଙ୍କୁ ଦର୍ଶନ ଦେବେ। ଶ୍ରୀଜୀଉଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ପୁଷ୍ୟାଭିଷକ ଅନ୍ୟତମ ଉତ୍ସବ।  ପ୍ରଭୁ ଶ୍ରୀରାମ ୧୪ ବର୍ଷ ବନବାସ ପରେ…

Read More