Author: NAZMEEN PARWEEN

ବଢ଼ିଲା ସ୍ୱାଧୀନତା ସଂଗ୍ରାମୀଙ୍କ ଭତ୍ତା । ୩୮ ତମ ସ୍ୱାଧୀନତା ସଂଗ୍ରାମୀ ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ସ୍ୱାଧୀନତା ସଂଗ୍ରାମୀ ମାନଙ୍କୁ ଯଥୋଚିତ ସମ୍ମାନ ଦେବା ପାଇଁ ଅନେକ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର । କାରାବରଣ କରିଥିବା ସବୁ ସ୍ଵାଧୀନତା ସଂଗ୍ରାମୀ ମାନଙ୍କର ପେନସନକୁ ୧୦ ହଜାରରୁ ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । କାରାବରଣ କରିନଥିବା ସ୍ଵାଧୀନତା ସଂଗ୍ରାମୀ ମାନଙ୍କ ପେନସନକୁ ୯ ହଜାରରୁ ୧୫ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି ସରକାର ।  ସେହିପରି ଜାତୀୟ ପେନସନ ପାଉଥିବା ସ୍ଵାଧୀନତା ସଂଗ୍ରାମୀଙ୍କ ପେନସନକୁ ମାସକୁ ୮ ହାଜର ପରିବର୍ତ୍ତେ ୧୦ ହାଜର ଟଙ୍କା କରିଛନ୍ତି ସରକାର । MISA ଆଇନରେ ଜରୁରୀକାଳୀନ ପରିସ୍ଥିତିରେ ଗିରଫ ହୋଇଥିବା ସଂଗ୍ରାମୀ ମାନଙ୍କୁ ମାସକୁ ୨୦ ହାଜର ଟଙ୍କା ପେନସନ ଦେବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସ୍ୱାଧୀନତା ସଂଗ୍ରାମକୁ ମହତାବଙ୍କ ନେତୃତ୍ୱରେ ଦଶା ଓ…

Read More