Author: NAZMEEN PARWEEN

ଗତ କିଛି ଦିନ ଧରି ତାପମାତ୍ରା ବୃଦ୍ଧି ପାଇବା ପରେ ନୂଆବର୍ଷରୁ ଓଡ଼ିଶାକୁ ଶୀତ ଲହରୀ ଫେରିବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଅନୁଯାୟୀ, ମଙ୍ଗଳବାରଠାରୁ ସର୍ବନିମ୍ନ/ରାତିର ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବାର ସମ୍ଭାବନା ରହିଛି। ଜାନୁଆରୀ ପ୍ରଥମ ସପ୍ତାହରୁ ଶୀତ ଆହୁରି ବଢ଼ିବାର ସମ୍ଭାବନା ରହିଛି। ଆସନ୍ତା ୩ ଦିନ ମଧ୍ୟରେ ସର୍ବନିମ୍ନ ରାତିର ତାପମାତ୍ରା ୩ରୁ ୫ ଡିଗ୍ରି ପର୍ଯ୍ୟନ୍ତ ହ୍ରାସ ପାଇବ। ଏହାପରେ ରାଜ୍ୟରେ କୌଣସି ବଡ଼ ଧରଣର ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ।  କିଛି ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟମରୁ ଘନ କୁହୁଡ଼ି ହେବ ବୋଲି ଭୁବନେଶ୍ୱର ସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲା ପାଇଁ ଘନ କୁହୁଡ଼ି ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ରାଜ୍ୟରେ ପାଗ ଶୁଖିଲା…

Read More