Author: NAZMEEN PARWEEN

ଅଦିନିଆ ବର୍ଷା ଯୋଗୁଁ ଓଡ଼ିଶାର ଚାଷୀମାନେ ଫସଲ କ୍ଷୟକ୍ଷତି ର ରିପୋର୍ଟ ଦେବା ସହ କ୍ଷୟକ୍ଷତିର କ୍ଷତିପୂରଣ ଦାବି କରିବାର ସମୟସୀମାକୁ ଜାନୁଆରି ୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ପ୍ରଥମେ ଫସଲ ହାନିର ଶେଷ ତାରିଖ ଡିସେମ୍ବର ୨୯ ଥିଲା। ତେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ସମୟସୀମାକୁ ଡିସେମ୍ବର ୩୧ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଅଧିକ କ୍ଷତିଗ୍ରସ୍ତ ଚାଷୀଙ୍କୁ ସାମିଲ କରିବା ଉଦ୍ଦେଶ୍ୟରେ ସରକାର ଏହି ସମୟସୀମାକୁ ଜାନୁଆରି ପହିଲା ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି ବୋଲି ସରକାରୀ ସୂତ୍ରରୁ ଜଣାପଡ଼ିଛି। ଅଦିନିଆ ବର୍ଷା ରେ ଫସଲର ବ୍ୟାପକ କ୍ଷୟକ୍ଷତି ହୋଇଥିବାରୁ କ୍ଷତିଗ୍ରସ୍ତ ଚାଷୀଙ୍କୁ ସହାୟତା କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ ସ୍ଥିତି ସମୀକ୍ଷା କରିବା ସହ ନୟାଗଡ଼, ଗଜପତି ଓ ଗଞ୍ଜାମ ଜିଲ୍ଲା ଗସ୍ତ କରି କ୍ଷୟକ୍ଷତିଆକଳନ କରିଛନ୍ତି। ଅନ୍ୟ ମନ୍ତ୍ରୀମାନେ ମଧ୍ୟ ବିଭିନ୍ନ ଜିଲ୍ଲାର ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି। ଫସଲ ହାନି ହୋଇଥିବା…

Read More