Author: NAZMEEN PARWEEN

ପଶ୍ଚିମ ବିକ୍ଷୋଭ ପ୍ରଭାବରେ ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ରାଜ୍ୟରେ ନୂଆବର୍ଷ ଆରମ୍ଭ ହେବାକୁ ଯାଉଥିବା ବେଳେ ଉତ୍ତର ଓ ଉତ୍ତର ପଶ୍ଚିମାଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ରବିବାର ସକାଳ ପର୍ଯ୍ୟନ୍ତ ନବରଙ୍ଗପୁର, ବଲାଙ୍ଗୀର, ବରଗଡ଼, ସୋନପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କଳାହାଣ୍ଡି, ମୟୂରଭଞ୍ଜ, କେନ୍ଦୁଝର, ସମ୍ବଲପୁର ଓ ନୂଆପଡ଼ା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର ଓ ଅନୁଗୁଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘନ କୁହୁଡ଼ି ହୋଇପାରେ।ଏହି ସମୟ ମଧ୍ୟରେ କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘନ କୁହୁଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।…

Read More