Author: NAZMEEN PARWEEN

ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା । ମେଘୁଆ ପାଗ ସହ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପର ସକ୍ରିୟତା ଯୋଗୁଁ ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ପାଗ ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଲଘୁଚାପ ପ୍ରଭାବରେ ମେଘୁଆ ପାଗ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟାରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଗଂଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ବୌଦ୍ଧ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ ଓ ଅନୁଗୁଳରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଆସନ୍ତାକାଲି ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ଥିବା ବେଳେ କୋରାପୁଟ, ମାଲକାନଗିରି,…

Read More