Author: NAZMEEN PARWEEN

ଆମର ଅଧିକାଂଶ ଚାଷୀ କ୍ଷୁଦ୍ର, ମଧ୍ୟମ ଅଥବା ଭୂମିହୀନ ବର୍ଗର। କୃଷକମାନଙ୍କ ରୋଜଗାର ବୃଦ୍ଧି ପାଇଁ ସେମାନଙ୍କ ଆର୍ଥିକ ସ୍ବଚ୍ଛଳତା ସକାଶେ ପଶୁ ପାଳନ ସବୁଠାରୁ ପ୍ରକୃଷ୍ଟ ମାଧ୍ୟମ। କୃଷି କାର୍ଯ୍ୟ ସହିତ ଗାଈ, ଛେଳି, ମେଣ୍ଢା ଓ ମାଛ ଚାଷ ଆଦି କାର୍ଯ୍ୟରେ ସମ୍ପୃକ୍ତ ରହିଲେ ସେମାନେ ସ୍ବାବଲମ୍ବୀ ହୋଇପାରିବେ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡିଶା ରାଜ୍ୟ ଅଣଗେଜେଟେଡ ପ୍ରାଣୀ ଚିକିତ୍ସା ବୈଷୟିକ କର୍ମଚାରୀ ସଂଘର ୨୩ତମ ସାଧାରଣ ଅଧିବେଶନ ଅବସରରେ କହିଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟର ପ୍ରାଣୀ ସମ୍ପଦର ବିକାଶ କ୍ଷେତ୍ରରେ ପ୍ରାଣୀ ଚିକିତ୍ସା ବିଭାଗର କର୍ମଚାରୀ ମାନଙ୍କର ଗୁରୁତ୍ବପୂର୍ଣ୍ଣ ଅବଦାନ ରହିଛି। ଗ୍ରାମାଞ୍ଚଳଠୁ ଆରମ୍ଭ କରି ସହରାଞ୍ଚଳ ପର୍ଯ୍ୟନ୍ତ ବିଶେଷ କରି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ପ୍ରାଣୀଧନ ନିରୀକ୍ଷକ ଓ ବିଭାଗୀୟ ଅନ୍ୟ କର୍ମଚାରୀ ମାନେ ନିରନ୍ତର ଭାବେ ପ୍ରାଣୀ ସେବା ଯୋଗାଇଥାନ୍ତି। ଆମ ଏହି ବିଭାଗର କର୍ମଚାରୀ ମାନଙ୍କ ବୈଷୟିକ ଜ୍ଞାନ…

Read More