Author: Ayesha Debnath

Ration Card: ସାର୍ବଜନୀନ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)କୁ ସୁଦୃଢ଼ କରିବା ପାଇଁ ଓଡ଼ିଶା ସରକାର ଖୁବ୍ ଶୀଘ୍ର ନୂଆ ଓ ବାଦ୍ ପଡ଼ିଥିବା ଯୋଗ୍ୟ ହିତାଧିକାରୀଙ୍କୁ ରାସନ କାର୍ଡ ପ୍ରଦାନ କରିବାକୁ ଯୋଜନା ଘୋଷଣା କରିଛନ୍ତି। ଯୋଗ୍ୟ ପରିବାରକୁ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଣକୁ ସୁଗମ କରିବା ପାଇଁ ଏହି ପଦକ୍ଷେପ ନିଆଯାଇଛି। ଏପ୍ରିଲ ୨୨ ସୁଦ୍ଧା ଏହି ରାସନ କାର୍ଡ ପ୍ରସ୍ତୁତି ସୁନିଶ୍ଚିତ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହି ନିର୍ଦ୍ଦେଶନାମା ସାରା ଓଡ଼ିଶାର ଜିଲ୍ଲାପାଳମାନଙ୍କୁ ଅବଗତ କରାଯାଇଛି। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ର ଚିଠି ଅନୁଯାୟୀ ଯୋଗ୍ୟ ହିତାଧିକାରୀଙ୍କୁ ନୂତନ ରାସନ କାର୍ଡ ବଣ୍ଟନର ଆନୁଷ୍ଠାନିକ ଶୁଭାରମ୍ଭ ପାଇଁ ସ୍ଥାନ ଓ ତାରିଖ ଖୁବ୍ ଶୀଘ୍ର ଜଣାଇ ଦିଆଯିବ। ସରକାରୀ ଚିଠି ଓଡ଼ିଶା ସରକାରଙ୍କ ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ ସମସ୍ତ ଜିଲ୍ଲାପାଳଙ୍କୁ ଲେଖିଥିବା ଚିଠିରେ ଲେଖିଛନ୍ତି, ‘ଓଡ଼ିଶା ରାଜ୍ୟ ଖାଦ୍ୟ ସୁରକ୍ଷା…

Read More