Author: Ayesha Debnath

Weather Forecast: ରାଜ୍ୟବାସୀଙ୍କୁ ମିଳିଲା ତାତିରୁ ଆଶ୍ଵସ୍ତି । ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ତେବେ ଆସନ୍ତାକାଲିଠୁ ୪ ଦିନ ଯାଏଁ ରାଜ୍ୟରେ କାଳବୈଶାଖୀ ସମ୍ଭାବନା । ବିଶେଷ ପ୍ରଭାବିତ ହେବ ଉପକୂଳ, ଉତ୍ତର ଓ ଦକ୍ଷିଣ ଓଡ଼ିଶା । ଝଡ଼ବର୍ଷା ନେଇ ଆସନ୍ତାକାଲି ପାଇଁ ୧୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କଲା ପାଣିପାଗ କେନ୍ଦ୍ର । ବିଭିନ୍ନ ଜିଲ୍ଲାରେ ବର୍ଷା ପବନ ଜାରି ରହିଛି । ତେବେ ଆସନ୍ତାକାଲିଠୁ ୪ ଦିନ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ପବନ ହେବା ନେଇ ସତର୍କ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉପକୂଳ, ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ବର୍ଷା ହେବ । ଘଡ଼ଘଡ଼ି ବିଜୁଳି ସହିତ କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର, ଭଦ୍ରକ ଜିଲ୍ଲାର କେତେକ ସ୍ଥାନରେ ଅପରାହ୍ନ/ସନ୍ଧ୍ୟା ସମୟରେ…

Read More