Author: Ayesha Debnath

Odisha Weather: ବଦଳିଲା ପାଗ। ତାତିରେ ଲାଗିଲା ବ୍ରେକ । ମିଳିଲା ଗରମରୁ ଆଶ୍ଵସ୍ତି । ଆଗାମୀ ୫ରୁ ୬ ଦିନ ପର୍ଯ୍ୟନ୍ତ ରାଜ୍ୟ ପାଇଁ ଏଭଳି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ୧୪ ଜିଲ୍ଲାରେ ଘଡ଼ଘଡ଼ି ଓ ଝଡ଼ବର୍ଷା ହେବା ନେଇ ଚେତାବନୀ ଦିଆଯାଇଛି । ଉପକୂଳ ସହ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ବର୍ଷା ସହ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ଆକଳନ ଅନୁସାରେ, ଉପକୂଳବର୍ତ୍ତୀ ଜିଲ୍ଲା, ଉତ୍ତର ଆଭ୍ୟନ୍ତରୀଣ ଜିଲ୍ଲା, ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲାର କିଛି କିଛି ସ୍ଥାନରେ ବର୍ଷା ହୋଇପାରେ । ଆଜି ଓ ଆସନ୍ତାକାଲି ଉପକୂଳ ଓଡ଼ିଶାରେ କାଳବୈଶାଖୀ ପ୍ରଭାବ ରହିବ । ଆଜି ୧୪ ଜିଲ୍ଲାରେ ଘଡ଼ଘଡ଼ି ସହ ଝଡ଼ବର୍ଷା ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡିକ ହେଲେ ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ,…

Read More