Author: Ayesha Debnath

Jagannath Temple: ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ବନକଲାଗି ନୀତି । ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଖାର କରିବେ ଦତ୍ତ ମହାପାତ୍ର ସେବାୟତ । ଏଥିଲାଗି ଶ୍ରୀମନ୍ଦିରରେ ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ବନକଲାଗି ନୀତି ପାଇଁ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୁର, କଇଥଅଠା, କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର କରି ଶ୍ରୀଜୀଉଙ୍କ ଶ୍ରୀମୁଖ ଶୃଙ୍ଖାର କରିବାର ପରମ୍ପରା ରହିଛି । ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ…

Read More