Author: Ayesha Debnath

School News: ରେକର୍ଡ ପରେ ରେକର୍ଡ ଭାଙ୍ଗୁଛି ତାପମାତ୍ରା। କେବେ ରାଜ୍ୟରେ ତ କେବେ ଦେଶର ଅନେକ ଜାଗାରେ ତାପମାତ୍ରା ବଢ଼ିବାରେ ଲାଗିଛି । ମାର୍ଚ୍ଚ ପହିଲାରୁ ଉପରମୁହାଁ ହୋଇଚଛି ପାରଦ। ଜାରି ରହିଛି ଅସହ୍ୟ ଗ୍ରୀଷ୍ମ ଲହରୀ। ଆଗକୁ ତାତି ଆହୁରି ବଢିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଉଛି। ଅସ୍ତବ୍ୟସ୍ତ ହୋଇ ପଡ଼ିଛି ଜନଜୀବନ। ତେବେ ଏହାକୁ ନେଇ ରାଜ୍ୟରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ପ୍ରସ୍ତୁତି ସମ୍ପର୍କରେ ଗତକାଲି (ମଙ୍ଗଳବାର) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମୀକ୍ଷା କରିଛନ୍ତି । ପୂର୍ବାହ୍ନ ୧୧ରୁ ଅପରାହ୍ନ ୫ ଓ ରାତି ୯ରୁ ସକାଳ ୬ ପର୍ଯ୍ୟନ୍ତ ବିଦ୍ୟୁତ କାଟ ନକରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । କାଳବୈଶାଖୀ ସମୟରେ ବିଦ୍ୟୁତ ସରବରାହ ବିଚ୍ଛିନ୍ନ ନ ହେବା ପାଇଁ ଆଗୁଆ ସତର୍କ ରହିବାକୁ ସେ ପରାମର୍ଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ସ୍କୁଲଗୁଡିକୁ ସକାଳୁଆ ହେବ…

Read More