Author: Ayesha Debnath

Weather Update: ମିଳିବ ତାତିରୁ ଆଶ୍ୱସ୍ତି। କାଲିଠାରୁ ବଦଳିବ ପାଗ। କାଳବୈଶାଖୀ ହେବା ନେଇ ଆସିଲା ସୂଚନା । କାଲିଠୁ ରାଜ୍ୟରେ ପ୍ରବଳ ବର୍ଷା । ରାଜ୍ୟରେ କାଳବୈଶାଖୀ ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଗରମରେ ଅସ୍ତବ୍ୟସ୍ତ ଲୋକଙ୍କୁ ମିଳିବ ଆଶ୍ୱସ୍ତି । ତେବେ ପଶ୍ଚିମ ଓଡ଼ିଶାରେ ଆସନ୍ତାକାଲି ଯାଏ ହିଟୱେଭ୍ କଣ୍ଡିସନ ଜାରି ରହିବ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଆଜି ପାଇଁ ଝାରସୁଗୁଡ଼ା ଓ ବୌଦ୍ଧକୁ ଅରେଞ୍ଜ ଏବଂ ୪ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ବଙ୍ଗୋପସାଗର ଅଞ୍ଚଳରେ ଗୁରୁଚାପ ପ୍ରଭାବରେ ରାଜ୍ୟର କିଛି ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବ । ଏ ନେଇ ଆକଳନ କରିଛି ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ । ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି ଯେ ୧୯ ତାରିଖରୁ ୨୨ ତାରିଖ ଯାଏ ରାଜ୍ୟରେ…

Read More