Author: Ayesha Debnath

Matric Exam: ଆଜି ଶେଷ ହେବ ମାଟ୍ରିକ ପରୀକ୍ଷା। ଶେଷ ଦିନରେ ତୃତୀୟ ଭାଷା ହିନ୍ଦୀ ଓ ସଂସ୍କୃତ ବିଷୟରେ ପରୀକ୍ଷା ଦେଉଛନ୍ତି ପରୀକ୍ଷାର୍ଥୀ। ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହୋଇ ସାଢ଼େ ୧୧ଟା ଯାଏଁ ଚାଲିବ ଶେଷ ପରୀକ୍ଷା। ଫେବୃଆରି ୨୧ ତାରିଖରୁ ଆରମ୍ଭ ହୋଇଥିବା ମାଟ୍ରିକ ପରୀକ୍ଷା ଆଜି ସରିବ । ଚଳିତ ବର୍ଷ ରାଜ୍ୟରେ ୩ ହଜାର ୧୩୩ଟି କେନ୍ଦ୍ରରେ ପରୀକ୍ଷା ଦେଉଛନ୍ତି ୫ ଲକ୍ଷ ୨୨ ହଜାର ୩୩୬ ଛାତ୍ରଛାତ୍ରୀ। ପରୀକ୍ଷା ଶେଷ ହେବାର ଉତ୍ସାହ ଥିଲେ ମଧ୍ୟ ଆଜିଠାରୁ ଆରମ୍ଭ ହେବ ତାଙ୍କର ନୂଆ ଜୀବନ । ସୁରୁଖୁରରେ ପରୀକ୍ଷା ଶେଷ କରିବାକୁ ବୋର୍ଡ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ପ୍ରଶ୍ନପତ୍ର ଭାଇରାଲ୍ ରୋକିବାକୁ QR କୋଡ୍ ସହ ସ୍ପେଶାଲ୍ ନମ୍ବର ରହିଛି। ସବୁ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲାଗିଛି । ୬ଶହ କେନ୍ଦ୍ରରେ ଲାଇଭ ଭିଡିଓ ବ୍ୟବସ୍ଥା ହୋଇଛି ।…

Read More