Author: Ayesha Debnath

Trafic Restrictions: ରାତି ପହିଲେ ମହାଶିବରାତ୍ରୀ । ଏଥି ପାଇଁ ବ୍ୟାପକ ପ୍ରସ୍ତୁତି ଚଳାଇଛି ପ୍ରଶାସନ । ରାତି ୧୦ଟାରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମହାଦୀପ ଉଠିବ। ପ୍ରଭୁ ଲିଙ୍ଗରାଜ ସମେତ ବିଭିନ୍ନ ଶୈବପୀଠରେ ଭକ୍ତ ଭିଡ଼ ଦେଖିବାକୁ ମିଳିବ । ଏଥିପାଇଁ କମିଶନରେଟ୍‌ ପୁଲିସ ପକ୍ଷରୁ ରାଜଧାନୀରେ ଲାଗୁ ହୋଇଛି ଟ୍ରାଫିକ କଟକଣା। ଶ୍ରୀଲିଙ୍ଗରାଜଙ୍କ ମହାଶିବରାତ୍ରୀ ଉପଲକ୍ଷେ ଯାନବାହନ ଚଳାଚଳ ତଥା ପଥଚାରୀ ଉଭୟଙ୍କ ସୁବିଧା ପାଇଁ କମିଶନରେଟ୍ ପୋଲିସ ପକ୍ଷରୁ ଟ୍ରାଫିକ୍ କଟକଣା ଲାଗୁ କରାଯାଇଛି। ଏହି ସମୟରେ ଯେଭଳି ରାସ୍ତାରେ ଭିଡ଼ ନହୁଏ କିମ୍ବା ଜାମ୍ କୁ ନେଇ କୌଣସି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ନହୁଏ, ତାହା ଉପରେ କମିଶନରେଟ୍ ପୋଲିସ ପକ୍ଷରୁ କଡ଼ା ନଜର ରଖାଯାଇଛି। ସୂଚନା ଅନୁଯାୟୀ, ପାର୍କିଂ ପାଇଁ ୧୨ଟି ସ୍ଥାନ ଚିହ୍ନଟ ହୋଇଛି। ରଥ ରୋଡ୍ ଏବଂ ପୁନମାଗେଟ୍ ପଟୁ ଲିଙ୍ଗରାଜ ମନ୍ଦିର ଆଡ଼କୁ ଆସୁଥିବା ଗାଡ଼ି ଗୁଡ଼ିକ ବଢ଼େଇବାଙ୍କ ଛକଠାରୁ ଆଗକୁ…

Read More