Author: Ayesha Debnath

Rain Alert: ଗରମରୁ ରାଜ୍ୟବାସୀଙ୍କୁ ମିଳିଲା ଆଶ୍ଵସ୍ତି । ସକାଳୁ ସକାଳୁ ଭୁବନେଶ୍ୱର ସମେତ ବିଭିନ୍ନ ସ୍ଥାନରେ ବର୍ଷା ଏବଂ ଘଡ଼ଘଡ଼ି ହୋଇଛି । ଯାହା ଗରମରୁ ଟିକେ ଆଶ୍ଵସ୍ତି ଦେଇଥିଲା । ତେବେ ଆଜିଠାରୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । କିଛି ସ୍ଥାନରେ ପ୍ରବଳ ବର୍ଷା ପବନ ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଘଡ଼ଘଡ଼ି ସହ ବର୍ଷା ପବନ ପାଇଁ ଏକାଧିକ ଜିଲ୍ଲାକୁ ସତର୍କ ସୂଚନା ଜାରି ହୋଇଛି । ପଶ୍ଚିମା ଝଡ଼ ସହ ଟ୍ରପଲାଇନ୍ ଯୋଗୁଁ ବିଶେଷ କରି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଆସନ୍ତା ୨୪ ଘଣ୍ଟା ପାଇଁ ୭ଟି ଜିଲ୍ଲାକୁ ଅରେଞ୍ଜ ଓ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ଼, ଯାଜପୁର ଓ ଢେଙ୍କାନାଳକୁ…

Read More