Author: Ayesha Debnath

Odisha Weather: ଗୁରୁବାର ଓଡ଼ିଶାର କେତେକ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରି ଅତିକ୍ରମ କରିଥିବାରୁ ଗ୍ରୀଷ୍ମ ପ୍ରବାହ ନେଇ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗ । ଏପ୍ରିଲ ୨୩ରୁ ୨୬ ତାରିଖ ମଧ୍ୟରେ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ପ୍ରବଳ ଗ୍ରୀଷ୍ମ ପ୍ରବାହ, ଆର୍ଦ୍ର ତାପମାତ୍ରା ଓ ଗରମ ରାତି ହେବାର ସମ୍ଭାବନା ରହିଛି ବୋଲି ଆଇଏମଡି ପୂର୍ବାନୁମାନ କରିଛନ୍ତି। ଅରେଞ୍ଜ ଓ ୟେଲୋ ଆଲର୍ଟ ଜାରି ବୁଧବାର ଝାରସୁଗୁଡ଼ାରେ ତାପମାତ୍ରା ୪୫ ଡିଗ୍ରି ଅତିକ୍ରମ କରିଥିବା ବେଳେ ୭ରୁ ଅଧିକ ସହରର ତାପମାତ୍ରା ୪୪ ଡିଗ୍ରି ଉପରେ ରହିଛି। ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର ଓ ବରଗଡ଼ ଜିଲ୍ଲା ପାଇଁ ‘ଅରେଞ୍ଜ’ ଆଲର୍ଟ ଜାରି କରାଯାଇଛି। କଳାହାଣ୍ଡି, ନୂଆପଡ଼ା, ଦେବଗଡ଼ ଓ ଅନୁଗୁଳ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି,…

Read More