Author: Ayesha Debnath

Magha Saptami: ଆଜି ହେଉଛି ପବିତ୍ର ମାଘ ସପ୍ତମୀ । ଆଜିର ଦିନରେ ଚନ୍ଦ୍ରଭାଗାରେ ବୁଡ଼ ପକାଇଛନ୍ତି ହଜାର ହଜାର ସଂଖ୍ୟାରେ ଶ୍ରଦ୍ଧାଳୁ । ବିଶ୍ୱାସ ରହିଛି ଯେ, ବ୍ରାହ୍ମ ମୂହୂର୍ତ୍ତରେ ସୂର୍ଯ୍ୟାଦୋୟବେଳେ ପବିତ୍ର ସ୍ନାନ କରିଛନ୍ତି ଶ୍ରଦ୍ଧାଳୁ । ଏହି ଦିନ ଚନ୍ଦ୍ରଭାଗା ପୁଷ୍କରିଣୀରେ ବୁଡ ପକାଇଲେ ସମସ୍ତ ପାପରୁ ମୁକ୍ତି ମିଳିଥାଏ। ଶାମ୍ବ ଦଶମୀର ୨୭ ଦିନ ପରେ ମାଘ ସପ୍ତମୀ ପାଳନ ହୋଇଥାଏ । ଅଭିଶପ୍ତ ଶାମ୍ବ ପିତା ଶ୍ରୀକୃଷ୍ଣଙ୍କ ନିର୍ଦ୍ଦେଶକ୍ରମେ କୁଷ୍ଠରୋଗରୁ ମୁକ୍ତି ପାଇବା ପାଇଁ ଚନ୍ଦ୍ରଭାଗାରେ ତପସ୍ୟା କରିଥିଲେ ଏବଂ ସୂର୍ଯ୍ୟପୂଜା ଆରମ୍ଭ କରିଥିଲେ । ଶାମ୍ବ କୁଷ୍ଠରୋଗରୁ ମୁକ୍ତି ପାଇବା ପାଇଁ ପୌଷମାସ ଦଶମୀଠାରୁ ମାଘ ମାସ ସପ୍ତମୀ ପର୍ଯ୍ୟନ୍ତ ତପସ୍ୟା କରିଥିଲେ । ଶାମ୍ବ ସୂର୍ଯ୍ୟପୂଜା କରି କୁଷ୍ଠ ରୋଗରୁ ମୁକ୍ତି ପାଇଥିଲେ । ଚନ୍ଦ୍ରଭାଗା ନଦୀରେ ସ୍ନାନ କରୁଥିବା ସମୟରେ ଶାମ୍ବ ସୂର୍ଯ୍ୟଙ୍କର ମଣିବିଗ୍ରହ ପାଇଥିଲେ ଏବଂ ସ୍ୱୟଂ ସୂର୍ଯ୍ୟଦେବ…

Read More